Biblia Todo Logo
Bib sou entènèt

- Piblisite -




ରୋମୀୟ 11:8 - ଓଡିଆ ବାଇବେଲ

8 ଯେପରି ଲେଖା ଅଛି, "ଈଶ୍ୱର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେପରି ଲେଖାଅଛି, “ଈଶ୍ଵର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଶାସ୍ତ୍ର ବାକ୍ୟ ଅନୁଯାୟୀ, “ସତେ ଯେପରି ଈଶ୍ୱର ସେମାନଙ୍କ ମନ ଓ ହୃଦୟକୁ ଜଡ଼ିଭୂତ କରିଛନ୍ତି। ଏ ପର୍ଯ୍ୟନ୍ତ ସେମାନେ ନା ଦେଖି ପାରୁଛନ୍ତି, ନା ଶୁଣି ପାରୁଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେପରି ଲେଖାଅଛି, “ଈଶ୍ବର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

8 ଶାସ୍ତ୍ରରେ ଯେପରି ଲେଖା ଅଛି: “ପରମେଶ୍ୱର ଲୋକମାନଙ୍କୁ ଜଡ଼ତାର ଆତ୍ମାଦେଲେ।” “ସେମାନେ ସତ୍ୟକୁ ଦେଖି ନ ପାରନ୍ତି ସେଥିପାଇଁ ପରମେଶ୍ୱର ସେମାନଙ୍କର ଆଖି ବନ୍ଦ କରିଦେଲେ, ସେମାନେ ସତ୍ୟକୁ ଶୁଣି ନ ପାରନ୍ତୁ ସେଥିପାଇଁ ପରମେଶ୍ୱର ସେମାନଙ୍କର କାନ ବନ୍ଦ କରିଦେଲେ। ଏହି ଦଶା ଏବେ ସୁଦ୍ଧା ଲାଗି ରହିଛି।”

Gade chapit la Kopi




ରୋମୀୟ 11:8
13 Referans Kwoze  

ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।”


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ ଲୋକମାନଙ୍କ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ।


ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, ଯେପରି ସେମାନେ ଦେଖୁ ଦେଖୁ ଦେଖିବେ ନାହିଁ ଓ ଶୁଣୁ ଶୁଣୁ ବୁଝିବେ ନାହିଁ ।


ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;


ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ,କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;


ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।


ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି।


ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି।


ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ ସନ୍ତାନକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ଦ୍ୱାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ।


Swiv nou:

Piblisite


Piblisite