Biblia Todo Logo
Bib sou entènèt

- Piblisite -




ରୋମୀୟ 12:7 - ଓଡିଆ ବାଇବେଲ

7 କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କିମ୍ଵା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯଦି ସେବା କରିବା ପାଇଁ ସେହି ଶକ୍ତି ପାଇଛୁ, ଆମେ ସେବା କରିବାକୁ ହେବ; ଶିକ୍ଷା ଦେବା ପାଇଁ ଶକ୍ତି ପାଇଥିଲେ, ଶିକ୍ଷା ଦେବାକୁ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;

Gade chapit la Kopi

ପବିତ୍ର ବାଇବଲ

7 ଯଦି କାହାକୁ ସେବା କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତେବେ ସେ ନିଜକୁ ସେବା ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦେବା ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ନିଜକୁ ପ୍ରଗ୍ଭର କାର୍ଯ୍ୟରେ ଲଗାଇ ଦେଉ।

Gade chapit la Kopi




ରୋମୀୟ 12:7
31 Referans Kwoze  

ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର ।


ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ ।


ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ ।


ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ୍;


ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହି ସବୁ ଅର୍ପଣ କର ।


ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ ।


ଅତଏବ, ଅଧ୍ୟକ୍ଷଙ୍କର ନିନ୍ଦନୀୟ ନ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,


ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ ।


ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ ।


କିନ୍ତୁ ଯେ ଈଶ୍ୱରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ ।


ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି ।


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ ।


କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ


ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା ।


ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ ।


ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,


ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,”


ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।


ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।


ହେ ବାଳକମାନେ, ଆସ, ମୋ’ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।


ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।


ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।


ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ;


ହେ ଭାଇମାନେ, ତେବେ କର୍ତ୍ତବ୍ୟ କ'ଣ ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି । ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ ।


Swiv nou:

Piblisite


Piblisite