Biblia Todo Logo
Bib sou entènèt

- Piblisite -




ରୋମୀୟ 13:2 - ଓଡିଆ ବାଇବେଲ

2 ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ୱରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ଵରଙ୍କ ବିଧାନର ପ୍ରତିରୋଧ କରେ; ପୁଣି ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ତ ଘଟାଇବେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତେଣୁ ଯେ କ୍ଷମତାସୀନ ଶାସକମାନଙ୍କୁ ବିରୋଧ କରେ, ସେ ଈଶ୍ୱରଙ୍କ ଦ୍ୱାରା ପ୍ରତିଷ୍ଠିତ ଅନୁଷ୍ଠାନର ବିରୁଦ୍ଧାଚରଣ କରେ। ଯେ ଏହା କରେ, ସେ ବିଚାରର ସମ୍ମୁଖୀନ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ବରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ।

Gade chapit la Kopi

ପବିତ୍ର ବାଇବଲ

2 ଅତଏବ ଅଧିକାର ବିରୋଧ କରୁଥିବା ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କ ଆଜ୍ଞାର ବିରୋଧୀ। ଏପରି ବିରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ୟବସ୍ଥା କରିଥାଏ।

Gade chapit la Kopi




ରୋମୀୟ 13:2
14 Referans Kwoze  

ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,


କର୍ତ୍ତୃପକ୍ଷ ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,


ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ, ଯେ ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା ।


ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ ।


ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ ।


ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ ।


କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ ।


ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।


ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”


ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି ? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରି ପାରେ ?


ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ୱରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ୱରଙ୍କ ଦ୍ୱାରା ନିଯୁକ୍ତ ।


କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ । ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର ? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,


Swiv nou:

Piblisite


Piblisite