Biblia Todo Logo
Bib sou entènèt

- Piblisite -




ରୋମୀୟ 14:9 - ଓଡିଆ ବାଇବେଲ

9 କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି ପୁନର୍ଜୀବିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 କାରଣ ଖ୍ରୀଷ୍ଟ ମୃତ୍ୟୁବରଣ କରି ପୁନରୁତ୍ଥିତ ହେବା ଦ୍ୱାରା ଉଭୟ ଜୀବିତ ଓ ମୃତ ସମସ୍ତଙ୍କର ସେ ପ୍ରଭୁ ହୋଇ ପାରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

9 ସେଥିପାଇଁ ଖ୍ରଷ୍ଟ ମୃତ୍ୟୁ ବରଣ କଲେ ଓ ମୃତ୍ୟୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁମାନେ ମରି ସାରିଛନ୍ତି ଓ ଯେଉଁମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହୋଇ ପାରିବେ।

Gade chapit la Kopi




ରୋମୀୟ 14:9
20 Referans Kwoze  

ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି ।


ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି ।


ମୁଁ ଈଶ୍ୱରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,


ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ୱର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ ।


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି ।


କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ ।


ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି ।


କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;


ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ ।


ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ ।


ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;


କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ୱର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ ।


ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ ।


Swiv nou:

Piblisite


Piblisite