Biblia Todo Logo
Bib sou entènèt

- Piblisite -




ରୋମୀୟ 15:12 - ଓଡିଆ ବାଇବେଲ

12 ପୁନର୍ବାର ଯିଶାଇୟ କହନ୍ତି, "ଯିଶାଇୟଙ୍କ ମୂଳ ରହିବ, ଆଉ, ଯେ ଅଣଯିହୂଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୂଦୀମାନେ ତାହାଙ୍କ ଉପରେ ଭରସା ରଖିବେ ।''

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁନର୍ବାର ଯିଶାଇୟ କହନ୍ତି, “ଯିଶୟଙ୍କ ମୂଳ ରହିବ, ଆଉ, ଯେ ବିଜାତିଙ୍କ ଉପରେ ଶାସନ କରିବାକୁ ଉଠିବେ, ବିଜାତିମାନେ ତାହାଙ୍କ ଉପରେ ଭରସା ରଖିବେ।”

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଏବଂ ଯିଶାଇୟ କହିଛନ୍ତି: “ଯେଶିଙ୍କ ଜଣେ ବଂଶଧର ଆବିର୍ଭୁତ ହେବେ, ସେ ଅଣଇହୁଦୀମାନଙ୍କୁ ଶାସନ କରିବେ ଓ ସେମାନେ ତାଙ୍କଠାରେ ଭରସା ରଖିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁନର୍ବାର ଯିଶାଇୟ କହନ୍ତି, “ଯିଶୀଙ୍କ ମୂଳ ରହିବ, ଆଉ ଯେ ଅଣଯିହୁଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୁଦୀମାନେ ତାହାଙ୍କ ଉପରେ ଭରସା ରଖିବେ।”

Gade chapit la Kopi

ପବିତ୍ର ବାଇବଲ

12 ଯିଶାଇୟ ମଧ୍ୟ କୁହନ୍ତି, “ଯିଶୟଙ୍କ ବଂଶରୁ ଜଣେ ପ୍ରକାଶିତ ହେବ। ସେହି ଲୋକ ଅଣଯିହୂଦୀମାନଙ୍କ ଉପରେ ଶାସନ କରିବେ, ଓ ଅଣଯିହୂଦୀମାନେ ସେହି ଲୋକ ପାଇଁ ଭରସା ଲାଭ କରିବେ।”

Gade chapit la Kopi




ରୋମୀୟ 15:12
24 Referans Kwoze  

ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।


ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;


ଆଉ, ତାହାଙ୍କ ନାମରେ ଅଣଯିହୂଦୀମାନେ ଭରସା ରଖିବେ ।


ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ । ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା ।


ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି ।


ଯଦି କେବଳ ଏହି ଜୀବନ ନିମନ୍ତେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଅଛୁ, ତେବେ ସମସ୍ତ ମନୁଷ୍ୟଙ୍କଠାରୁ ଆମ୍ଭେମାନେ ଦୟନୀୟ ଅଟୁ ।


ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି ।


ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି |


ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”


ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍‍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”


ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।


ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ ।


ବୋୟଜ ଓବେଦ୍‍କୁ ଜାତ କଲା, ଓବେଦ୍‍ ଯିଶୀକୁ ଜାତ କଲା।


Swiv nou:

Piblisite


Piblisite