Biblia Todo Logo
Bib sou entènèt

- Piblisite -




ରୋମୀୟ 15:16 - ଓଡିଆ ବାଇବେଲ

16 କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ୱରଙ୍କ ସୁସମାଚାରର ଯାଜକତ୍ତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ବିଜାତିମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ଵରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ଵରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 କାରଣ ଖ୍ରୀଷ୍ଟ ଯୀଶୁଙ୍କ ଦାସ ରୂପେ ଅଣଇହୁଦୀମାନଙ୍କ ନିମନ୍ତେ କାର୍ଯ୍ୟ କରିବା ପାଇଁ ଈଶ୍ୱର ମୋତେ ସୁଯୋଗ ଦେଇଛନ୍ତି। ଈଶ୍ୱରଙ୍କ ଶୁଭବାର୍ତ୍ତା ପ୍ରଚାର କରିବା ନିମନ୍ତେ ମୁଁ ଜଣେ ଧର୍ମଗୁରୁ ରୂପେ କାର୍ଯ୍ୟ କରୁଛି। ଅଣଇହୁଦୀମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ଉତ୍ସର୍ଗିତ ନୈବେଦ୍ୟ ରୂପେ ଈଶ୍ୱରଙ୍କ ନିକଟରେ ଗ୍ରହଣୀୟ ହୁଅନ୍ତୁ, ଏହା ମୋର ଉଦ୍ଦେଶ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

16 ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।

Gade chapit la Kopi




ରୋମୀୟ 15:16
40 Referans Kwoze  

କିନ୍ତୁ ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି । ମୁଁ ଅଣଯିହୂଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋ' ସେବକପଦର ଗୌରବ କରୁଅଛି,


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି


ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ୱରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ ।


ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ୱରଙ୍କର ପରମ ସନ୍ତୋଷ ।


କାରଣ ଅଣଯିହୂଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋ' ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍‍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାଁନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ ।


କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ୱରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି ।


ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ ।


ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ୱରଙ୍କ ସହିତ ସମ୍ମିଳିତ ହୁଅ ।


ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ୱରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ ।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ ।


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ।


ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ ।


ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥି ନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ୱରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ ।


ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ ।


ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହି ସବୁ ମୋ' ପାଇଁ ଯଥେଷ୍ଟ; ସେହି ସବୁ ଈଶ୍ୱରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ ।


ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ ।


କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ ।


ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ଶୁଣିବା ହେତୁ କରନ୍ତି ?


ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;


ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ ।


ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;


ଆପଲ୍ଲ କିଏ ? ପାଉଲ ବା କିଏ ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ ।


ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।


ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ପ୍ରେମ ପ୍ରବାହିତ ହୋଇଅଛି ।


ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ ।


ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି ।


ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର ।


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୂଆ ଉପରେ ନ ଗଢ଼େ, ଏଥି ନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


Swiv nou:

Piblisite


Piblisite