Biblia Todo Logo
Bib sou entènèt

- Piblisite -




ରୋମୀୟ 15:6 - ଓଡିଆ ବାଇବେଲ

6 ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ୱରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେପରି ଏକ ଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ଵରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସମସ୍ତେ ମିଳିତ ଭାବରେ ଏକ ସ୍ୱରରେ ପ୍ରଭୁ ଯୀଶୁ ଖ୍ରୀଷ୍ଟ ପିତା ଈଶ୍ୱରଙ୍କ ପ୍ରଶଂସା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ବରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର।

Gade chapit la Kopi

ପବିତ୍ର ବାଇବଲ

6 ତା'ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ୱରଙ୍କୁ ମହିମା ପ୍ରଦାନ କରି ପାରିବ।

Gade chapit la Kopi




ରୋମୀୟ 15:6
14 Referans Kwoze  

ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ । ଆମେନ୍ ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ୱରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ ।


ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ୱର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ୱର;


ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା ।


ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି ।


ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;


ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣି


Swiv nou:

Piblisite


Piblisite