Biblia Todo Logo
Bib sou entènèt

- Piblisite -




ରୋମୀୟ 15:7 - ଓଡିଆ ବାଇବେଲ

7 ଅତଏବ ଈଶ୍ୱରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅତଏବ ଈଶ୍ଵରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଈଶ୍ୱରଙ୍କ ମହିମା ନିମନ୍ତେ ତୁମ୍ଭେମାନେ ସେହିପରି ପରସ୍ପରକୁ ଗ୍ରହଣ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଅତଏବ ଈଶ୍ବରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର।

Gade chapit la Kopi

ପବିତ୍ର ବାଇବଲ

7 ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ ତୁମ୍ଭେମାନେ ପରସ୍ପରକୁ ଗ୍ରହଣ କର।

Gade chapit la Kopi




ରୋମୀୟ 15:7
15 Referans Kwoze  

ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।


ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର ।


ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ୱରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ ।


ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ,


ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ ।


ଯେ କେହି ମୋ' ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।


ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ !


ଯେପରି ଖ୍ରୀଷ୍ଟଙ୍କଠାରେ ପୁର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଈଶ୍ୱରଙ୍କ ଗୌରବର ପ୍ରଶଂସାର କାରଣ ହେଉ।


ପୁଣି, ଯେପରି ଅଣଯିହୂଦୀମାନେ ଈଶ୍ୱରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, "ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି ।"


ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋ' ନିକଟକୁ ଆସିବେ; ଆଉ, ଯେ ମୋ' ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;


ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର ।


Swiv nou:

Piblisite


Piblisite