Biblia Todo Logo
Bib sou entènèt

- Piblisite -




ରୋମୀୟ 16:12 - ଓଡିଆ ବାଇବେଲ

12 ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ । ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ। ପ୍ରିୟ ପର୍ଶିଙ୍କି ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ପ୍ରଭୁଙ୍କ ସେବାରେ ନିବିଷ୍ଟ ତ୍ରିଫେନା ଓ ତ୍ରିଫୋସାଙ୍କୁ ଓ ପ୍ରଭୁଙ୍କ ପାଇଁ ବହୁ ପରିଶ୍ରମ କରିଥିବା ପର୍ଶିସଙ୍କୁ ମୋର ନମସ୍କାର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ। ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ପ୍ରଭୁଙ୍କର ପରିଶ୍ରମୀ କାର୍ଯ୍ୟକର୍ତ୍ତା କ୍ରୁଫେଣା ଓ କୁଫୋସାଙ୍କୁ ନମସ୍କାର। ମୋର ପ୍ରିୟ ପ୍ରଭୁଙ୍କ ସେବାରେ ପରିଶ୍ରମକାରିଣୀ ପର୍ଶିଙ୍କୁ ନମସ୍କାର।

Gade chapit la Kopi




ରୋମୀୟ 16:12
14 Referans Kwoze  

ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି ।


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ ।


ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ୱର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ୱାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି ।


ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ;


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ୱରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ ।


ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋ'ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି ।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ୱରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଈଶ୍ୱରଙ୍କ ଅନୁଗ୍ରହ ତାହା କରିଅଛି ।


ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର ।


ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର ? ଅଣଯିହୂଦୀମାନେ ସୁଦ୍ଧା କ'ଣ ତାହା କରନ୍ତି ନାହିଁ ?


ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ । ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ ।


ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋର ମାତା ସ୍ୱରୂପ ।


Swiv nou:

Piblisite


Piblisite