Biblia Todo Logo
Bib sou entènèt

- Piblisite -




ରୋମୀୟ 16:13 - ଓଡିଆ ବାଇବେଲ

13 ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋର ମାତା ସ୍ୱରୂପ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋର ମାତା ସ୍ଵରୂପ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ପ୍ରଭୁଙ୍କ ବିଶିଷ୍ଟ ଦାସ ରୁଫସ୍ ଓ ମୋର ମାତା ସ୍ୱରୂପ ତାଙ୍କର ମାଆଙ୍କୁ ମଧ୍ୟ ମୋର ନମସ୍କାର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋହର ମାତା ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ

13 ପ୍ରଭୁଙ୍କର ବିଶିଷ୍ଟ ସେବକ ରୂପେ ଓ ତାହାଙ୍କର ମାଙ୍କୁ ଯେ ମୋର ମାତା ଭଳି ତାହାଙ୍କୁ ମୋର ନମସ୍କାର।

Gade chapit la Kopi




ରୋମୀୟ 16:13
12 Referans Kwoze  

ପ୍ରାଚୀନ ଯେ ମୁଁ, ମୁଁ ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି । ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି ।


ବୃଦ୍ଧା ସ୍ତ୍ରୀମାନଙ୍କୁ ମାଁ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର ।


ସେତେବେଳେ ଆଲେକ୍‌ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ ।


ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥି ନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି । ସେଥିରେ ତୁମ୍ଭେମାନେ ମୋ' ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;


ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, ଦେଖ, ତୁମ୍ଭର ମାତା ! ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାଙ୍କୁ ଆପଣା ଗୃହକୁ ଘେନିଗଲେ ।


ଯେ କେହି ଈଶ୍ୱରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା ।


ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ ।


ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ । ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି ।


ଅସୁଙ୍କ୍ରିତ, ଫ୍ଳେଗୋନ୍‍, ହର୍ମୀସ୍‍, ପାତ୍ରବା, ହର୍ମୀସ୍‍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ ।


Swiv nou:

Piblisite


Piblisite