Biblia Todo Logo
Bib sou entènèt

- Piblisite -




ରୋମୀୟ 2:11 - ଓଡିଆ ବାଇବେଲ

11 କାରଣ ଈଶ୍ୱରଙ୍କ ନିକଟରେ ମୁଖାପେକ୍ଷା ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ଈଶ୍ଵରଙ୍କ ନିକଟରେ ମୁଖାପେକ୍ଷା ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 କାରଣ ଈଶ୍ୱର ଗୋଟିଏ ମାନଦଣ୍ଡରେ ସମସ୍ତଙ୍କ ବିଚାର କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ଈଶ୍ବରଙ୍କ ନିକଟରେ ମୁଖାପେକ୍ଷା ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ପରମେଶ୍ୱର ପ୍ରତ୍ୟେକ ଲୋକଙ୍କ ପ୍ରତି ସମାନ ଭାବରେ ନ୍ୟାୟବିଗ୍ଭର କରନ୍ତି।

Gade chapit la Kopi




ରୋମୀୟ 2:11
14 Referans Kwoze  

ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ୱର ଯେ ପକ୍ଷପାତ କରନ୍ତି ନାହିଁ,


କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।


ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ୱର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,


ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”


ତେବେ ପରମେଶ୍ଵର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ ?


କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ ।


ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।


ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି, ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ ।


ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ୱରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ ।


ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ୱରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି ।


ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;


ତେବେ ଆମ୍ଭେମାନେ କ'ଣ କହିବା ? ଈଶ୍ୱରଙ୍କଠାରେ କି ଅନ୍ୟାୟ ଅଛି ? ତାହା କେବେ ହେଁ ନ ହେଉ ।


Swiv nou:

Piblisite


Piblisite