Biblia Todo Logo
Bib sou entènèt

- Piblisite -




ରୋମୀୟ 2:15 - ଓଡିଆ ବାଇବେଲ

15 କାରଣ ସେମାନେ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ସେମାନେ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେମାନଙ୍କର କାର୍ଯ୍ୟକଳାପ ଦ୍ୱାରା ଏହା ସୁସ୍ପଷ୍ଟ ଯେ, ବ୍ୟବସ୍ଥାର ନିୟମାବଳୀ ସେମାନଙ୍କ ହୃଦୟରେ ଲିଖିତ ହୋଇ ରହିଛି। ଏ କଥାର ସତ୍ୟତା ସେମାନଙ୍କର ବିବେକ ଦ୍ୱାରା ମଧ୍ୟ ପ୍ରମାଣିତ-ସମର୍ଥନ କରେ, ଅସତ୍‍ଚିନ୍ତାବେଳେ ଦୋଷୀ କରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ସେମାନେ ମୋଶାଙ୍କ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;

Gade chapit la Kopi

ପବିତ୍ର ବାଇବଲ

15 ସେମାନେ ହୃଦୟରେ ଜାଣି ପାରନ୍ତି ଯେ କ’ଣ ଠିକ୍ ଓ କ’ଣ ଭୁଲ୍। ଯାହା ଠିକ୍ ତାହା ବ୍ୟବସ୍ଥା ଗ୍ଭହେଁ। ସେମାନେ ଠିକ୍ ଓ ଭୁଲ୍ ବିଷୟରେ ଯାହା ଅନୁଭବ କରନ୍ତି, ତାହା ଦେଖାଇ ମଧ୍ୟ ଦିଅନ୍ତି। ବେଳେବେଳେ ସେମାନଙ୍କ ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ମନ୍ଦ କାମ କଲେ, ସେମାନେ ଦୋଷୀ ହୁଅନ୍ତି ଓ ବେଳେବେଳେ ସେମାନଙ୍କର ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ଉତ୍ତମ କାମ କଲେ, ସେମାନେ ନିଜକୁ ଦୋଷୀ ବିବେଚିତ କରନ୍ତି ନାହିଁ।

Gade chapit la Kopi




ରୋମୀୟ 2:15
18 Referans Kwoze  

ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ପ୍ରବର୍ତ୍ତାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ ।


ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ । ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ ।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ୱରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ ।


ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋ’ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ।


ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;


ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,


ଏ ହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ୱରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ ।


ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ୱରଙ୍କ ସାକ୍ଷାତରେ ଆଚାର ବ୍ୟବହାର କରି ଆସିଅଛି ।


କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।


ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।


ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”


ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ ।


ଯେଣୁ ଅଣଯିହୂଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି;


ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ ।


Swiv nou:

Piblisite


Piblisite