Biblia Todo Logo
Bib sou entènèt

- Piblisite -




ରୋମୀୟ 2:22 - ଓଡିଆ ବାଇବେଲ

22 ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ ? ପ୍ରତିମା ଘୃଣା କରୁଅଛ ଯେ ତୁମ୍ଭେ, ତୁମ୍ଭେ କ'ଣ ମନ୍ଦିର ଲୁଣ୍ଠନ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ? ପ୍ରତିମା ଘୃଣା କରୁଅଛ ଯେ ତୁମ୍ଭେ, ତୁମ୍ଭେ କଅଣ ମନ୍ଦିର ଲୁଣ୍ଠନ କରୁଅଛ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 “ବ୍ୟଭିଚାର କର ନାହିଁ” ବୋଲି କହି, ନିଜେ ବ୍ୟଭିଚାର କରୁଛ କି? ତୁମ୍ଭେମାନେ ପ୍ରତିମା ପୂଜାକୁ ଘୃଣା କରି ମନ୍ଦିର ଲୁଣ୍ଠନ କରୁଛ କି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ? ତୁମ୍ଭେ ଯେ ପ୍ରତିମା ଘୃଣା କରୁଅଛ, କଅଣ ମନ୍ଦିର ଲୁଣ୍ଠନ କରୁଅଛ?

Gade chapit la Kopi

ପବିତ୍ର ବାଇବଲ

22 ତୁମ୍ଭେ କହୁଛ ଲୋକେ ବ୍ୟଭିଗ୍ଭର ପାପ କରିବା କଥା ନୁହେଁ। କିନ୍ତୁ ତୁମ୍ଭେ ନିଜେ ସେହି ପାପରେ ଦୋଷୀ। ତୁମ୍ଭେ ମୂର୍ତ୍ତିକୁ ଘୃଣା କରିଥାଅ।

Gade chapit la Kopi




ରୋମୀୟ 2:22
14 Referans Kwoze  

ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ ?”


କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ୱରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ ।


କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି ।


ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କ'ଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ ? କିନ୍ତୁ ତୁମ୍ଭେମାନେ ତାହାକୁ 'ଡକାୟତମାନଙ୍କ ଗହ୍ୱର' କରିଅଛ ।


ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ । ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ ।


ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ମହାନ୍ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”


“ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କ’ଣ ମନ୍ଦ ନୁହେଁ ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କ’ଣ ମନ୍ଦ ନୁହେଁ ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ ?” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି, ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକୁ, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି।


ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।


ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା ? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।


କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।


ପ୍ରେମ ନିଷ୍କପଟ ହେଉ । ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;


Swiv nou:

Piblisite


Piblisite