Biblia Todo Logo
Bib sou entènèt

- Piblisite -




ରୋମୀୟ 2:25 - ଓଡିଆ ବାଇବେଲ

25 ଯଦି ତୁମ୍ଭେ ମୋଶାଙ୍କ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ ଲାଭଜନକ, କିନ୍ତୁ ଯଦି ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ ଅସୁନ୍ନତରେ ପରିଣତ ହୁଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଯଦି ତୁମ୍ଭେ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ୍ ଲାଭଜନକ, କିନ୍ତୁ ଯଦି ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ୍ ଅସୁନ୍ନତରେ ପରିଣତ ହୁଏ।ଗାଲା. ୫:୩

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଯଦି ବ୍ୟବସ୍ଥା ପାଳନ କରୁଥାଅ; ତୁମ୍ଭମାନଙ୍କର ସୁନ୍ନତ ସଂସ୍କାରର ମୂଲ୍ୟ ଅଛି। କିନ୍ତୁ ଯଦି ବ୍ୟବସ୍ଥା ଲଙ୍ଘନ କର, ତୁମ୍ଭେମାନେ ସୁନ୍ନତ ହୋଇ ନ ଥିବା ଲୋକମାନଙ୍କ ସହିତ ସମାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଯଦି ତୁମ୍ଭେ ମୋଶାଙ୍କ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ ଲାଭଜନକ, କିନ୍ତୁ ଯଦି ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ ଅସୁନ୍ନତରେ ପରିଣତ ହୁଏ।

Gade chapit la Kopi

ପବିତ୍ର ବାଇବଲ

25 ଯଦି ତୁମ୍ଭେ ବ୍ୟବସ୍ଥା ପାଳନ କରୁଛ, ତା'ହେଲେ ତୁମ୍ଭର ସୁନ୍ନତ ହେବାର ମୂଲ୍ୟ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥା ଭଙ୍ଗ କରୁଛ ତା'ହେଲେ ତୁମ୍ଭେ ସୁନ୍ନତ ନ ହେବା ସହିତ ସମାନ।

Gade chapit la Kopi




ରୋମୀୟ 2:25
16 Referans Kwoze  

ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।


କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର ।


ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି ।


ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।


କାରଣ ବାହାରେ ଯେ ଯିହୂଦୀ, ସେ ଯିହୂଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ;


ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ୱରଙ୍କୁ ଅନାଦର କରୁ ନାହଁ ?


କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ ।


ଅତଏବ, ଯଦି ଅସୁନ୍ନତ ଲୋକ ମୋଶାଙ୍କ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କ'ଣ ସୁନ୍ନତ ବୋଲି ଗଣିତ ହେବ ନାହିଁ ?


ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ ।


ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ୱରଙ୍କ ଆଜ୍ଞା ପାଳନ ହିଁ ସାର ।


କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ବନ୍ଧରେ ଗର୍ବ କରି ପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି ।


Swiv nou:

Piblisite


Piblisite