Biblia Todo Logo
Bib sou entènèt

- Piblisite -




ରୋମୀୟ 3:26 - ଓଡିଆ ବାଇବେଲ

26 ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ଵୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ଵାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 କିନ୍ତୁ ବର୍ତ୍ତମାନ ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ପାପ କ୍ଷମାର ବ୍ୟବସ୍ଥା କରିଛନ୍ତି। ଏଥିଦ୍ୱାରା ଈଶ୍ୱର ଦର୍ଶାଇ ଦେଇଛନ୍ତି ଯେ, ସେ ନିଜେ ଧାର୍ମିକ ଓ ଯେଉଁମାନେ ଯୀଶୁଙ୍କଠାରେ ବିଶ୍ୱାସ କରନ୍ତି, ସେ ସମସ୍ତଙ୍କୁ ଧାର୍ମିକ ରୂପେ ଗ୍ରହଣ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

26 ପୂର୍ବରୁ ପରମେଶ୍ୱର ଧୈର୍ଯ୍ୟ ଧରି ରହିଥିବା ଲୋକମାନଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡ ନ ଦେଇ ଉଚିତ୍ କାର୍ଯ୍ୟ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ୱର ଯେ, ନିଜେ ନ୍ୟାୟବାନ ତାହା ଦେଖାଇବା ପାଇଁ ଯୀଶୁଙ୍କଠାରେ ବିଶ୍ୱାସ ରଖି ଥିବା ଯେକୌଣସି ଲୋକକୁ ଧାର୍ମିକ କଲେ।

Gade chapit la Kopi




ରୋମୀୟ 3:26
16 Referans Kwoze  

କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତାହାଙ୍କଠାରେ ବିଶ୍ୱାସ କରେ, ତାହା ପକ୍ଷରେ ତା'ର ବିଶ୍ୱାସ ଧାର୍ମିକତା ବୋଲି ଗଣିତ ହୁଏ ।


ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।


କାରଣ ଈଶ୍ୱର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ ।


ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ ? ଈଶ୍ୱର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି ।


ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।


ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।


ସେମାନେ ଈଶ୍ୱରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ ।


ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ।


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।


ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ ।


ଈଶ୍ୱର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ, ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,


ତେବେ ଗର୍ବ କେଉଁଠାରେ ? ତାହା ଦୂରୀକୃତ ହେଲା । କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା ? କ୍ରିୟାକର୍ମ ଦ୍ୱାରା ? ନୁହେଁ, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା ।


Swiv nou:

Piblisite


Piblisite