Biblia Todo Logo
Bib sou entènèt

- Piblisite -




ରୋମୀୟ 4:1 - ଓଡିଆ ବାଇବେଲ

1 ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷ ଅବ୍ରହାମ କ'ଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷ ଅବ୍ରହାମ କଅଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଆମ ଆଦି ପିତା ଅବ୍ରାହାମଙ୍କ ବିଷୟରେ କ’ଣ କହିବା?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷ ଅବ୍ରହାମ କଅଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା?

Gade chapit la Kopi

ପବିତ୍ର ବାଇବଲ

1 ତା'ହେଲେ ଆମ୍ଭର ଜାଗତିକ ପୂର୍ବପୁରୁଷ ଅବ୍ରହାମଙ୍କ ବିଷୟରେ କ’ଣ କହି ପାରିବା?

Gade chapit la Kopi




ରୋମୀୟ 4:1
18 Referans Kwoze  

ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।


ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ମୋଶାଙ୍କ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;


ସେମାନେ କି ଏବ୍ରୀୟ ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ ? ମୁଁ ମଧ୍ୟ ଇସ୍ରାଏଲୀୟ । ସେମାନେ କି ଅବ୍ରହାମଙ୍କ ସନ୍ତାନ ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ ।


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।


ତୁମ୍ଭମାନଙ୍କର ପିତା ଅବ୍ରାହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ ।


ତେବେ, ଆମ୍ଭେମାନେ କ'ଣ କହିବା ? ମୋଶାଙ୍କ ବ୍ୟବସ୍ଥା କ'ଣ ପାପ ? ତାହା କେବେ ହେଁ ନ ହେଉ । ବରଂ ପାପ କ'ଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି ।


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?


ତୁ କ'ଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ ?


ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ ?


ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।


ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ ?


ତେବେ, ଆମ୍ଭେମାନେ କ'ଣ କରିବା ? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା ?


ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,


କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ୱରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କ'ଣ କହିବା ? ଯେଉଁ ଈଶ୍ୱର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ ? ମୁଁ ମନୁଷ୍ୟ ଭାବରେ କହୁଅଛି ।


Swiv nou:

Piblisite


Piblisite