Biblia Todo Logo
Bib sou entènèt

- Piblisite -




ରୋମୀୟ 4:13 - ଓଡିଆ ବାଇବେଲ

13 କାରଣ ଅବ୍ରହାମ କିମ୍ବା ତାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାରଣ ଅବ୍ରହାମ କିମ୍ଵା ତାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ଵାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ଵାସର ଧାର୍ମିକତା ଦ୍ଵାରା ଦିଆଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଅବ୍ରାହାମ ବ୍ୟବସ୍ଥା ପାଳନ କରିଥିବା ହେତୁ ନୁହେଁ। କେବଳ ତାଙ୍କ ବିଶ୍ୱାସ ଲାଗି ଈଶ୍ୱରଙ୍କ ଦ୍ୱାରା ଧାର୍ମିକରୂପେ ଗୃହୀତ ହୋଇଥିଲେ ଓ ସେଥିପାଇଁ ସେ ଓ ତାଙ୍କ ବଂଶଧରମାନେ ପୃଥିବୀର ଅଧିକାରୀ ହେବେ ବୋଲି ଈଶ୍ୱର ପ୍ରତିଜ୍ଞା କରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ

13 ଅବ୍ରହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସେମାନେ ସଂସାରର ଉତ୍ତରାଧିକାରୀ ହେବେ। କିନ୍ତୁ ଅବ୍ରହାମ ଏହି ପ୍ରତିଶ୍ରୁତି ବ୍ୟବସ୍ଥା ପାଳନ କରିଥିବାରୁ ମିଳି ନ ଥିଲା। ବିଶ୍ୱାସ ଦ୍ୱାରା ସେ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା।

Gade chapit la Kopi




ରୋମୀୟ 4:13
15 Referans Kwoze  

ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।


ଏଥିର ଅର୍ଥ ଏହି, ଶାରୀରିକ ଭାବେ ଯେଉଁମାନେ ସନ୍ତାନ, ସେମାନେ ଯେ ଈଶ୍ୱରଙ୍କ ସନ୍ତାନ, ତାହା ନୁହେଁ, କିନ୍ତୁ ପ୍ରତିଜ୍ଞାର ସନ୍ତାନ ବଂଶ ରୂପେ ଗଣିତ ହୁଅନ୍ତି ।


ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।


ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।


ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନାଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”


ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”


ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ଆଉ ପିତୃପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,


ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍‍ ଯେଉଁମାନେ ସୁନ୍ନତ ପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ ।


କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ ।


ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ ।


Swiv nou:

Piblisite


Piblisite