Biblia Todo Logo
Bib sou entènèt

- Piblisite -




ରୋମୀୟ 4:14 - ଓଡିଆ ବାଇବେଲ

14 ଯେଣୁ ଯଦି ମୋଶାଙ୍କ ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ପଳ କରାଯାଇଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯେଣୁ ଯଦି ବ୍ୟବସ୍ଥାବଲମ୍ଵୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ଵାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ପଳ କରାଯାଇଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯେଉଁମାନେ ବ୍ୟବସ୍ଥା ପାଳନ କରନ୍ତି, କେବଳ ସେମାନେ ଯଦି ଈଶ୍ୱରଙ୍କ ଦାନ ପାଇବେ, ତେବେ ମନୁଷ୍ୟର ବିଶ୍ୱାସ ନିରର୍ଥକ, ଈଶ୍ୱରଙ୍କ ପ୍ରତିଜ୍ଞାର ମଧ୍ୟ କିଛି ମୂଲ୍ୟ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେଣୁ ଯଦି ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ଫଳ କରାଯାଇଅଛି।

Gade chapit la Kopi

ପବିତ୍ର ବାଇବଲ

14 ବ୍ୟବସ୍ଥା ପାଳନ କରିବା ଦ୍ୱାରା ଯଦି ଜଣେ ଲୋକ ପରମେଶ୍ୱର ଯାହା ପ୍ରତିଜ୍ଞା ଦେଇଥିଲେ ତାହା ପାଏ, ତା'ହେଲେ ବିଶ୍ୱାସର କିଛି ଅର୍ଥ ନାହିଁ ଓ ପ୍ରତିଜ୍ଞାର କିଛି ମୂଲ୍ୟ ନାହିଁ।

Gade chapit la Kopi




ରୋମୀୟ 4:14
14 Referans Kwoze  

ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,


ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ପୁତ୍ରଙ୍କୁ ନିଯୁକ୍ତ କରେ ।


(କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ ।


ମୁଁ ଈଶ୍ୱରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା ।


ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ମୋଶାଙ୍କ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;


ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ ।


ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।


ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ ।


ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।


ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।


ମାତ୍ର ତାହା ଶୁଣିଲା ଉତ୍ତାରେ ଯଦି ସେ ତାହା ରହିତ ଓ ବ୍ୟର୍ଥ କରେ, ତେବେ ସେ ସ୍ତ୍ରୀର ଅପରାଧ ବୋହିବ।”


ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।


ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି ? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା ? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ ?


Swiv nou:

Piblisite


Piblisite