Biblia Todo Logo
Bib sou entènèt

- Piblisite -




ରୋମୀୟ 4:16 - ଓଡିଆ ବାଇବେଲ

16 ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ମୋଶାଙ୍କ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏଣୁ ଏହି ଧାର୍ମିକତା ବିଶ୍ଵାସ ହେତୁ ମିଳେ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ଦ୍ଵାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ଵୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ଵାସାବଲମ୍ଵୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତେଣୁ ଈଶ୍ୱରଙ୍କ ପ୍ରତିଜ୍ଞା ବିଶ୍ୱାସ ଉପରେ ପ୍ରତିଷ୍ଠିତ। ଯେଉଁମାନେ ବ୍ୟବସ୍ଥା ପାଳନ କରନ୍ତି, କେବଳ ସେମାନଙ୍କ ପାଇଁ ଈଶ୍ୱରଙ୍କ ପ୍ରତିଜ୍ଞା ଉଦ୍ଦିଷ୍ଟ ନୁହେଁ। ଅବ୍ରାହମଙ୍କ ପରି ବିଶ୍ୱାସ କରୁଥିବା ସମସ୍ତଙ୍କ ପାଇଁ ତା’ ଉଦ୍ଦିଷ୍ଟ, କାରଣ ଅବ୍ରାହମ ସେମାନଙ୍କର ଆଧ୍ୟାତ୍ମିକ ପିତା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;

Gade chapit la Kopi

ପବିତ୍ର ବାଇବଲ

16 ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା'ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା।

Gade chapit la Kopi




ରୋମୀୟ 4:16
18 Referans Kwoze  

କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ୱରଙ୍କ ଦାନ,


କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି ।


ଏଥିର ଅର୍ଥ ଏହି, ଶାରୀରିକ ଭାବେ ଯେଉଁମାନେ ସନ୍ତାନ, ସେମାନେ ଯେ ଈଶ୍ୱରଙ୍କ ସନ୍ତାନ, ତାହା ନୁହେଁ, କିନ୍ତୁ ପ୍ରତିଜ୍ଞାର ସନ୍ତାନ ବଂଶ ରୂପେ ଗଣିତ ହୁଅନ୍ତି ।


ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ ।


ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,


କାରଣ ମୁଁ କହେ, ଖ୍ରୀଷ୍ଟ, ଈଶ୍ୱରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,


ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଶାନ୍ତିରେ ଅଛୁ;


ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।


ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ,


ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,


ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ;


ଅର୍ଥାତ୍‍, ଈଶ୍ୱରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତିବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,


କାରଣ ଈଶ୍ୱର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ ।


ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ ।


ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ ।


Swiv nou:

Piblisite


Piblisite