Biblia Todo Logo
Bib sou entènèt

- Piblisite -




ରୋମୀୟ 4:19 - ଓଡିଆ ବାଇବେଲ

19 ତାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍‍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ଵାସରେ ଦୁର୍ବଳ ହେଲେ ନାହିଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତାଙ୍କୁ ସେତେବେଳେ ଶହେ ବର୍ଷ ହୋଇଥିଲା। କିନ୍ତୁ ତାଙ୍କ ମୃତପ୍ରାୟ ଶରୀର କଥା ଭାବି, କିମ୍ବା ସାରା ଯେ ଆଉ ସନ୍ତାନ ପ୍ରସବ କରିବାକୁ ଅକ୍ଷମ, ଏ କଥା ଜାଣି, ତାଙ୍କର ବିଶ୍ୱାସ ଦୁର୍ବଳ ହୋଇ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତାହାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍‍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ,

Gade chapit la Kopi

ପବିତ୍ର ବାଇବଲ

19 ଅବ୍ରହାମଙ୍କୁ 100 ବର୍ଷ ବୟସ ହୋଇଥିଲା, ଅତଏବ ପିଲାପିଲି ହେବା ସମୟ ଗ୍ଭଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ୟ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରହାମ ଏ କଥା ଭାବିଥିଲେ।

Gade chapit la Kopi




ରୋମୀୟ 4:19
11 Referans Kwoze  

ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?”


ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ ?


ସେ ସେମାନଙ୍କୁ କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା ।


କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ ?


ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ ।


ସେ କହିଲେ, ଆସ । ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ ।


Swiv nou:

Piblisite


Piblisite