Biblia Todo Logo
Bib sou entènèt

- Piblisite -




ରୋମୀୟ 5:16 - ଓଡିଆ ବାଇବେଲ

16 ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ଡାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହ ଦାନ, ସେଥିର ଫଳ ଧାର୍ମିକଗଣନା ହେଲା

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ତାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହଦାନ, ସେଥିର ଫଳ ଧାର୍ମିକଗଣନା ହେଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଗୋଟିଏ ବ୍ୟକ୍ତିର ପାପ ଲାଗି ମନୁଷ୍ୟ ବିଚାରର ସମ୍ମୁଖୀନ ହୋଇ ଦୋଷୀ ସାବ୍ୟସ୍ତ ହେଲା; କିନ୍ତୁ ଅନେକଙ୍କର ବହୁ ପାପ ସତ୍ତେ୍ୱ ଓ କ୍ଷମା ପାଇବା ପାଇଁ କୌଣସି ଯୋଗ୍ୟତା ନ ଥାଇ ମଧ୍ୟ, ଈଶ୍ୱରଙ୍କ ସେହି ଦାନ ଯୋଗୁଁ, ଏବେ ମନୁଷ୍ୟ ନିର୍ଦ୍ଦୋଷ ବୋଲି ବିବେଚିତ ହୋଇପାରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ଡାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହ ଦାନ, ସେଥିର ଫଳ ଧାର୍ମିକଗଣନା ହେଲା;

Gade chapit la Kopi

ପବିତ୍ର ବାଇବଲ

16 ଆଦମ ଥରେ ପାପ କଲା ପରେ ସେ ଦୋଷୀ ବୋଲି ସାବ୍ୟସ୍ତ ହେଲା। କିନ୍ତୁ ପରମେଶ୍ୱରଙ୍କର ଅନୁଗ୍ରହଦାନ ଏହାଠାରୁ ଭିନ୍ନ ଅଟେ। ଅନେକ ପାପ ପରେ ପରମେଶ୍ୱରଙ୍କର ଅନୁଗ୍ରହଦାନ ଆସିଲା। ଓ ଏହି ଅନୁଗ୍ରହଦାନ ଲୋକଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରାଇଲା।

Gade chapit la Kopi




ରୋମୀୟ 5:16
14 Referans Kwoze  

ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।


ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।


ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।


କାରଣ ଯେ କେହି ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ ।


କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, "ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ ।''


ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥି ନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ ।


କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ ।


ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;


Swiv nou:

Piblisite


Piblisite