Biblia Todo Logo
Bib sou entènèt

- Piblisite -




ରୋମୀୟ 5:8 - ଓଡିଆ ବାଇବେଲ

8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ଵର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ ଆମ୍ଭେମାନେ ପାପୀ ଥିବାବେଳେ ଯୀଶୁ ଆମ ପାଇଁ ନିଜର ପ୍ରାଣ ଦେଲେ। ଏହା ଦ୍ୱାରା ଈଶ୍ୱର ଆମ୍ଭମାନଙ୍କୁ କେତେ ପ୍ରେମ କରନ୍ତି, ତାହା ସେ ପ୍ରକାଶ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ୟୁ ବରଣ କଲେ। ଏହା ଦ୍ୱାରା ପରମେଶ୍ୱର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ରେମ କରନ୍ତି।

Gade chapit la Kopi




ରୋମୀୟ 5:8
19 Referans Kwoze  

ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ ।


କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ ।


କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ।


ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ ।


ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।


ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।


ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ ।


ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥି ନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି ।


ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,


କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ୱରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କ'ଣ କହିବା ? ଯେଉଁ ଈଶ୍ୱର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ ? ମୁଁ ମନୁଷ୍ୟ ଭାବରେ କହୁଅଛି ।


ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରି ପାରେ ।


ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ ?


ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ୱରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରି ପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ ।


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ୱରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି ।


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ ।


Swiv nou:

Piblisite


Piblisite