Biblia Todo Logo
Bib sou entènèt

- Piblisite -




ରୋମୀୟ 6:11 - ଓଡିଆ ବାଇବେଲ

11 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ୱରଙ୍କ ପ୍ରତି ଜୀବିତ ବୋଲି ଗଣନା କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ଵରଙ୍କ ପ୍ରତି ଜୀବିତ ବୋଲି ଗଣନା କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସେହିପରି ତୁମ୍ଭେମାନେ ମଧ୍ୟ ପାପ ପ୍ରତି ମୃତ ହୋଇଛ ବୋଲି ମନେକର। ତୁମ୍ଭେମାନେ ଏବେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଜୀବନରେ ଈଶ୍ୱରଙ୍କ ସହ ସଂଯୁକ୍ତ ହୋଇଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର।

Gade chapit la Kopi

ପବିତ୍ର ବାଇବଲ

11 ସେହିଭଳି ତୁମ୍ଭେମାନେ ମଧ୍ୟ ପାପର ଶକ୍ତି ବିଷୟରେ ନିଜକୁ ମୃତ ବୋଲି ଭାବିବା ଉଚିତ୍। ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଇଁ ଜୀବିତ ବୋଲି ଅନୁଭବ କର।

Gade chapit la Kopi




ରୋମୀୟ 6:11
21 Referans Kwoze  

କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ୱରଙ୍କ ଗୌରବ ପ୍ରକାଶ କର ।


ତାହା କେବେ ହେଁ ନ ହେଉ । ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା ?


କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ୱରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ୱରଙ୍କ ନିକଟରେ ସମର୍ପଣ କର ।


ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ ।


କାରଣ ମୋ' ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ ।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ ।


ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।


କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି ।


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ୱରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍‍ ।


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ ।


ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଶାନ୍ତିରେ ଅଛୁ;


କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ ।


ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ୱରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ ।


ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ୱରଙ୍କ ଗୌରବ ହେଉ । ଆମେନ୍‍ ।


କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ୍ୟୁ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ୱରଙ୍କ ପ୍ରତି ଜୀବିତ ଅଟନ୍ତି ।


ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ୱରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ ।


କିନ୍ତୁ ଯଦ୍ୱାରା ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ଏବେ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାର ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ ।


ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ,


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।


Swiv nou:

Piblisite


Piblisite