Biblia Todo Logo
Bib sou entènèt

- Piblisite -




ରୋମୀୟ 6:16 - ଓଡିଆ ବାଇବେଲ

16 ମୃତ୍ୟୁଜନକ ପାପ କିମ୍ବା ଧାର୍ମିିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କ'ଣ ଜାଣ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମୃତ୍ୟୁଜନକ ପାପ କିମ୍ଵା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପୋା ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତୁମ୍ଭେମାନେ ଅବଶ୍ୟ ଜାଣିଛ, ଯଦି ତୁମେ କାହାର ବଶ୍ୟତା ସ୍ୱୀକାର କରି ତାହାର ସମ୍ପୂର୍ଣ୍ଣ ଆଜ୍ଞାଧୀନ ହୁଅ, ତେବେ ତୁମେ ତା’ର ଦାସ। ଯଦି ପାପର ଦାସ ହୁଅ, ଏହାର ପରିଣାମ ହେବ ମୃତ୍ୟୁ; ଯଦି ଧାର୍ମିକତାର ଅନୁବର୍ତ୍ତୀ ହୁଅ, ତେବେ ଜୀବନ ପାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?

Gade chapit la Kopi

ପବିତ୍ର ବାଇବଲ

16 ଏହା ନିଶ୍ଚିତ ଭାବରେ ତୁମ୍ଭେମାନେ ଜାଣ ଯେ ଯେତେବେଳେ ତୁମ୍ଭେମାନେ ଦାସ ଭଳି ନିଜକୁ ସମର୍ପଣ କର, ସେତେବେଳେ ତୁମ୍ଭେମାନେ ପ୍ରକୃତରେ ସେହି ଲୋକର ଦାସ ଅଟ। ଯେଉଁ ଲୋକକୁ ତୁମ୍ଭେମାନେ ମାନିବ ସେ ହେଉଛି ତୁମ୍ଭର ମାଲିକ। ତୁମ୍ଭେମାନେ ପାପର ଗ୍ଭକର ହୋଇ ପାରିବ ବା ପରମେଶ୍ୱରଙ୍କୁ ମାନିବ। ପାପ ଆଧ୍ୟାତ୍ମିକ ମୃତ୍ୟୁ ଆଣି ଦିଏ। କିନ୍ତୁ ପରମେଶ୍ୱରଙ୍କୁ ମାନିଲେ, ପରମେଶ୍ୱରଙ୍କଠାରେ ତୁମ୍ଭେମାନେ ଧାର୍ମିକ ବୋଲି ଗଣିତ ହୁଅ।

Gade chapit la Kopi




ରୋମୀୟ 6:16
18 Referans Kwoze  

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ ।


ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ ।


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।


କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ ।


କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”


ଈଶ୍ୱର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାଁନ୍ତି ଏଲୀୟଙ୍କ ବିବରଣରେ ଶାସ୍ତ୍ର କ'ଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ୱରଙ୍କଠାରେ ନିବେଦନ କରନ୍ତି,


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ୱରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା ।


ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;


ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ । ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ବୋଲି ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ ?


ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏକଥା କି ତୁମ୍ଭେମାନେ ଜାଣ ନାହିଁ ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ ?


ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ ?


ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କ'ଣ ଜାଣ ନାହିଁ ?


ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼ ।


ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଠିକ୍, ତାହା ତୁମ୍ଭମାନଙ୍କୁ ଦେବି; ଆଉ ସେମାନେ ଗଲେ ।


Swiv nou:

Piblisite


Piblisite