Biblia Todo Logo
Bib sou entènèt

- Piblisite -




ରୋମୀୟ 6:2 - ଓଡିଆ ବାଇବେଲ

2 ତାହା କେବେ ହେଁ ନ ହେଉ । ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତାହା କେବେହେଁ ନ ହେଉ। ପାପ ପ୍ରତି ମୃତ ଯେ ଆମ୍ଭେମାନେ, ଆମ୍ଭେମାନେ ସେଥିରେ କିପରି ଆଉ ଜୀବନ କାଟିବା?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 କଦାପି ନୁହେଁ। ପାପ ପ୍ରତି ଆମ୍ଭେମାନେ ମୃତ ହୋଇଛୁ- ସେଥିରେ ଆଉ ଜୀବନ କାଟିବା କିପରି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା?

Gade chapit la Kopi

ପବିତ୍ର ବାଇବଲ

2 ନା! ଆମ୍ଭେ ଆମ୍ଭର ପୁରାତନ ପାପ ପୂର୍ଣ୍ଣ ଜୀବନ ପ୍ରତି ମରିଯାଇଛୁ। ତା'ହେଲେ ଆମ୍ଭେ ଆଉ ପାପ କରି ଗ୍ଭଲିପାରିବା କି?

Gade chapit la Kopi




ରୋମୀୟ 6:2
18 Referans Kwoze  

ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ୱରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ ।


କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।


ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ୱରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ ।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।


ଯେଣୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି ।


କିନ୍ତୁ ଯଦ୍ୱାରା ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ଏବେ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାର ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ ।


ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,


ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ,


କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି ।


ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ନୂନ୍‍।


ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ |


ଏହି ଗୃହରେ ମୋ’ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋ’ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ ?”


ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଅଙ୍ଗୁର କ୍ଷେତ୍ର ଦେବେ । ଏହା ଶୁଣି ସେମାନେ କହିଲେ, ତାହା ନ ହେଉ ।


ତେବେ କ'ଣ ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥି ନିମନ୍ତେ କି ପାପ କରିବା ? ତାହା କେବେ ହେଁ ନ ହେଉ ।


Swiv nou:

Piblisite


Piblisite