Biblia Todo Logo
Bib sou entènèt

- Piblisite -




ରୋମୀୟ 6:6 - ଓଡିଆ ବାଇବେଲ

6 ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ଵରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ଵଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଆମେ ଜାଣୁ, ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ଆମ୍ଭମାନଙ୍କ ପୁରାତନ ବ୍ୟକ୍ତିତ୍ୱ ମୃତ ହୋଇଛି। ତଦ୍ଦ୍ୱାରା ଆମ ପାପ ପ୍ରକୃତି ବିନଷ୍ଟ ହୋଇଛି ଓ ଆମେ ପାପର ଦାସତ୍ୱରୁ ମୁକ୍ତି ପାଇଛୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,

Gade chapit la Kopi

ପବିତ୍ର ବାଇବଲ

6 ଆମ୍ଭେ ଜାଣୁ ଯେ, ଆମ୍ଭର ପୂର୍ବ ଜୀବନ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ତାହାଙ୍କ ସହିତ ମୃତ ହୋଇ ଯାଇଛି। ଆମ୍ଭର ପାପପୂର୍ଣ୍ଣ ଶରୀର ଆମ୍ଭ ଉପରେ ରାଜତ୍ୱ ନ କରିବା ପାଇଁ ଏପରି ଘଟିଲା। ତା'ପରେ ଆମ୍ଭେ ପାପର ଦାସ ହେବୁ ନାହିଁ।

Gade chapit la Kopi




ରୋମୀୟ 6:6
18 Referans Kwoze  

ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ୱରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି ।


ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି ।


କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି ।


ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;


କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ ।


କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ୱରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ ।


ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ- ଗୁଡ଼ାକର ବଶବର୍ତ୍ତୀ ହେବ;


ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।


ଏଥିରେ ନାମାନ୍‍ କହିଲା, “ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ।


ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ ।


କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ ।


Swiv nou:

Piblisite


Piblisite