Biblia Todo Logo
Bib sou entènèt

- Piblisite -




ରୋମୀୟ 7:12 - ଓଡିଆ ବାଇବେଲ

12 ଅତଏବ, ମୋଶାଙ୍କ ବ୍ୟବସ୍ଥା ପବିତ୍ର, ପୁଣି, ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅତଏବ, ବ୍ୟବସ୍ଥା ପବିତ୍ର, ପୁଣି ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ବ୍ୟବସ୍ଥା ପବିତ୍ର; ତାହାର ଆଜ୍ଞା ସବୁ ପବିତ୍ର, ଯଥାର୍ଥ ଓ ମଙ୍ଗଳଜନକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅତଏବ, ବ୍ୟବସ୍ଥା ପବିତ୍ର, ପୁଣି, ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ।

Gade chapit la Kopi

ପବିତ୍ର ବାଇବଲ

12 ଅତଏବ ବ୍ୟବସ୍ଥା ହେଉଛି ପବିତ୍ର ଓ ଆଜ୍ଞା ମଧ୍ୟ ପବିତ୍ର, ଠିକ୍ ଓ ଉତ୍ତମ।

Gade chapit la Kopi




ରୋମୀୟ 7:12
15 Referans Kwoze  

କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ନିରୂପିତ ନ ହୋଇ ସ୍ୱେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ୱେଷୀ, ପିତୃହନ୍ତା ଓ ମାତୃହନ୍ତା,


ହେ ସଦାପ୍ରଭୁ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।


ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ ।


ମୋ’ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ।


ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ ।


ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;


ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,


ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି ?


ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ।


ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।


ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ।


ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛା କ'ଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କ'ଣ, ଏହା ପରୀକ୍ଷା କରି ଜାଣି ପାର, ଏଥି ନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ ।


କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୋଶାଙ୍କ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ ।


ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।


Swiv nou:

Piblisite


Piblisite