Biblia Todo Logo
Bib sou entènèt

- Piblisite -




ରୋମୀୟ 7:14 - ଓଡିଆ ବାଇବେଲ

14 ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯେଣୁ, ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଆମେ ଜାଣୁ, ବ୍ୟବସ୍ଥା ଆଧ୍ୟାତ୍ମିକ। କିନ୍ତୁ ମୋର ମର ଶରୀର ପାପ କ୍ରୀତଦାସ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ।

Gade chapit la Kopi

ପବିତ୍ର ବାଇବଲ

14 ମୁଁ ଜାଣେ ଯେ ବ୍ୟବସ୍ଥା ହେଉଛି ଆତ୍ମିକ। କିନ୍ତୁ ମୁଁ ଆତ୍ମିକ ନୁହେଁ। ପାପର ଦାସ ଭଳି ମୁଁ ତା’ ପାଖରେ ବିକ୍ରି ହୋଇ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ।

Gade chapit la Kopi




ରୋମୀୟ 7:14
38 Referans Kwoze  

ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍‍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।


ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।


ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କ’ଣ ମୋତେ ପାଇଲ ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରିି କରିଅଛ।


କାରଣ ମୋ'ଠାରେ, ଅର୍ଥାତ୍‍, ମୋ' ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରି ପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ ।


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।”


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ । ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ।


ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର।


ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ । ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;


କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ ।


କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲାପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ ।


କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।


ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;


ତେବେ ମୁଁ କହିଲି, “ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !”


ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍‍, ପୁଣି, ମୋ’ଠାରେ ମନୁଷ୍ୟର ବିବେଚନା ନାହିଁ।


ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।


ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।


ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।


ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।


ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।


କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତାନ୍ତ ଚୋରି କରି ଆଣିଅଛନ୍ତି; ପୁଣି, ଏହି ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।


ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍‍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।


ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ।


କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ ।


ତେବେ କ'ଣ ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍‍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,


ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,


ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ


ଆଉ, ଯଦି କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘା’ଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,


ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,


Swiv nou:

Piblisite


Piblisite