Biblia Todo Logo
Bib sou entènèt

- Piblisite -




ରୋମୀୟ 7:25 - ଓଡିଆ ବାଇବେଲ

25 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ । ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ମୋଶାଙ୍କ ବ୍ୟବସ୍ଥାର ଦାସ ଅଟେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ଵାରା ଈଶ୍ଵରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ଵାରା ପାପ ବ୍ୟବସ୍ଥାର ଦାସ ଅଟେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଧନ୍ୟ ଈଶ୍ୱର, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏହା ସେ ସାଧନ କରିଛନ୍ତି। ତେବେ, ଏହା ହେଉଛି ମୋର ଅବସ୍ଥା। ଈଶ୍ୱରଙ୍କ ବ୍ୟବସ୍ଥା କେବଳ ମୁଁ ମୋ’ ମନରେ ପାଳନ କରିପାରେ। କିନ୍ତୁ ମୋର ମାନବ ପ୍ରକୃତି ମୋତେ ପାପର ଦାସ ହେବାକୁ ବାଧ୍ୟ କରୁଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ବରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ବରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ବ୍ୟବସ୍ଥାର ଦାସ ଅଟେ।

Gade chapit la Kopi

ପବିତ୍ର ବାଇବଲ

25 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ଧନ୍ୟବାଦ ହେଉ। ଅତଏବ-ମୋ’ ମନ ସହିତ ମୁଁ ପରମେଶ୍ୱରଙ୍କ ବ୍ୟବସ୍ଥାର ଦାସ। କିନ୍ତୁ ପାପପୂର୍ଣ୍ଣ ସ୍ୱଭାବରେ ମୁଁ ପାପଯୁକ୍ତ ନିୟମର ଦାସ।

Gade chapit la Kopi




ରୋମୀୟ 7:25
20 Referans Kwoze  

ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ ।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ ।


ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।


କିନ୍ତୁ ଯେଉଁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ ।


କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ ।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ୱରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ ।


ଈଶ୍ୱରଙ୍କ ଅକଥନୀୟ ଦାନ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ ।


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।"


ତୁମ୍ଭେ ବନ୍ଦୀଗଣକୁ ବାହାରି ଯାଅ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ଆପଣାମାନଙ୍କୁ ଦେଖାଅ ବୋଲି କହିବ। ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ।


ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।


କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ୱରଙ୍କ ନିକଟରେ ଜଣାଅ ।


ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ,


କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି ।


Swiv nou:

Piblisite


Piblisite