Biblia Todo Logo
Bib sou entènèt

- Piblisite -




ରୋମୀୟ 8:10 - ଓଡିଆ ବାଇବେଲ

10 କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ମଧ୍ୟରେ ବାସ କରୁଥାଆନ୍ତି, ତୁମ ଶରୀର ପାପରେ ବିନଷ୍ଟ ହେବାକୁ ଯାଉଥିଲେ ସୁଦ୍ଧା, ପବିତ୍ରଆତ୍ମା ତୁମକୁ ଜୀବନ ପ୍ରଦାନ କରିବେ, କାରଣ ଈଶ୍ୱରଙ୍କ ଦୃଷ୍ଟିରେ ତୁମେ ଧାର୍ମିକ ବିବେଚିତ ହୋଇଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।

Gade chapit la Kopi

ପବିତ୍ର ବାଇବଲ

10 ପାପ ହେତୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହୋଇ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି, ତା'ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ଧାର୍ମିକ କରିଛନ୍ତି।

Gade chapit la Kopi




ରୋମୀୟ 8:10
30 Referans Kwoze  

ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ୱରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି ।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ ।


ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ ।


ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ ।


ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;


ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,


ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ ।


ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ ।


ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋ'ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋ' ବିନା ତୁମ୍ଭେମାନେ କିଛି କରି ପାର ନାହିଁ ।


ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା ।


ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ୱର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେମାତ୍ର ମୃତ୍ୟୁ,


କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ୱରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;


ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ ।


କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ ।


ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ ।


ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ ।


ଯେ ମୋହର ମାଂସ ଭୋଜନ କରେ ଓ ମୋ' ରକ୍ତ ପାନ କରେ, ସେ ମୋ'ଠାରେ ରହେ ଓ ମୁଁ ତାହାଠାରେ ରହେ ।


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ ।


ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।


ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ।


Swiv nou:

Piblisite


Piblisite