Biblia Todo Logo
Bib sou entènèt

- Piblisite -




ରୋମୀୟ 8:23 - ଓଡିଆ ବାଇବେଲ

23 ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ଵରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ଵ, ଅର୍ଥାତ୍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଆମ୍ଭେମାନେ ଈଶ୍ୱରଙ୍କ ପ୍ରଥମ ଦାନ ସ୍ୱରୂପ ପବିତ୍ରଆତ୍ମାଙ୍କୁ ପାଇଛୁ; ତଥାପି ଈଶ୍ୱରଙ୍କ ପରିବାରଭୁକ୍ତ ହୋଇ ସର୍ବତୋଭାବେ ମୁକ୍ତି ପାଇବା ପାଇଁ ଆମେ ମଧ୍ୟ ଅପେକ୍ଷା କରି ଅନ୍ତରରେ ଆର୍ତ୍ତନାଦ କରୁଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ

23 କେବଳ ଜଗତ ନୁହେଁ, ଆମ୍ଭେ ମଧ୍ୟ ସେହିପରି ବେଦନାପୂର୍ବକ ଅପେକ୍ଷାରେ ଅଛୁ। ପରମେଶ୍ୱରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ୱରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥିପାଇଁ ଆମ୍ଭେ ଅପେକ୍ଷା କରିଛୁ ଯେ, ପରମେଶ୍ୱର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭେମାନେ ଶରୀରଗୁଡ଼ିକ ମୁକ୍ତି ପାଇଁ ଅପେକ୍ଷା କରିଛୁ।

Gade chapit la Kopi




ରୋମୀୟ 8:23
26 Referans Kwoze  

ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ ।


ଈଶ୍ୱରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।


ଆଉ ଈଶ୍ୱରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ ।


ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି ।


କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ ।


ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ ?


ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ୱରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି ।


ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ୱରଙ୍କ ସନ୍ତାନ ଅଟନ୍ତି ।


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ । ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା ।


କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ ।


ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ ।


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ ।


ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ପ୍ରେମ ପ୍ରବାହିତ ହୋଇଅଛି ।


(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ଵରୂପ),


କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ ।


ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ ସନ୍ତାନନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।


କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,


ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ |


ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;


ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି ।


Swiv nou:

Piblisite


Piblisite