Biblia Todo Logo
Bib sou entènèt

- Piblisite -




ରୋମୀୟ 8:4 - ଓଡିଆ ବାଇବେଲ

4 ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ମୋଶାଙ୍କ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ତେଣୁ ବର୍ତ୍ତମାନ ଆମେ ମାନବ ପ୍ରକୃତିର ବଶବର୍ତ୍ତୀ ନ ହୋଇ ପବିତ୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ଏବଂ ଏହା ଦ୍ୱାରା ଆମ୍ଭେମାନେ ବ୍ୟବସ୍ଥାର ଯଥାର୍ଥ ଦାବୀ ପୂରଣ କରିଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେପରି ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ।

Gade chapit la Kopi

ପବିତ୍ର ବାଇବଲ

4 ବ୍ୟବସ୍ଥା ଆମ୍ଭକୁ ଯେପରି ହେବା ପାଇଁ ଗ୍ଭହେଁ, ସେହିଭଳି ହେବା ପାଇଁ ପରମେଶ୍ୱର ଏପରି କଲେ। ଆମ୍ଭେ ଏବେ ପାପପୂର୍ଣ୍ଣ ମାନବ ସ୍ୱଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନଯାପନ କରୁଛୁ।

Gade chapit la Kopi




ରୋମୀୟ 8:4
13 Referans Kwoze  

ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ ।


କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;


ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ୱର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ ।


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ । ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା ।


ଅତଏବ, ଯଦି ଅସୁନ୍ନତ ଲୋକ ମୋଶାଙ୍କ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କ'ଣ ସୁନ୍ନତ ବୋଲି ଗଣିତ ହେବ ନାହିଁ ?


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।


ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ ।


ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ;


କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ,


Swiv nou:

Piblisite


Piblisite