Biblia Todo Logo
Bib sou entènèt

- Piblisite -




ରୋମୀୟ 8:9 - ଓଡିଆ ବାଇବେଲ

9 କିନ୍ତୁ ଈଶ୍ୱରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ । ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ଈଶ୍ଵରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯଦି ପ୍ରକୃତରେ ଈଶ୍ୱରଙ୍କ ପବିତ୍ରଆତ୍ମା ତୁମ୍ଭମାନଙ୍କଠାରେ ବିଦ୍ୟମାନ, ତୁମେ ଆଉ ମାନବ ପ୍ରକୃତି ଅନୁଯାୟୀ ଜୀବନ ଯାପନ କରୁ ନାହଁ, ବରଂ ଜୀବନରେ ପବିତ୍ରଆତ୍ମାଙ୍କ ଆଜ୍ଞା ପାଳନ କରୁଛ। ଖ୍ରୀଷ୍ଟଙ୍କ ଆତ୍ମା ଯାହା ନିକଟକରେ ନାହାନ୍ତି, ସେ କେବେ ତାଙ୍କ ଲୋକ ହୋଇପାରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।

Gade chapit la Kopi

ପବିତ୍ର ବାଇବଲ

9 କିନ୍ତୁ ତୁମ୍ଭେମାନେ ନିଜର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ନୁହଁ। ଯଦି ପ୍ରକୃତରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା'ହେଲେ ତୁମ୍ଭେମାନେ ଆତ୍ମା ଦ୍ୱାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା'ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ।

Gade chapit la Kopi




ରୋମୀୟ 8:9
35 Referans Kwoze  

ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି ।


ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;


ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର,


ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;


ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ ।


ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ । ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ ।


ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି ।


ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ ।


କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି ।


ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା ।


କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,


ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି ।


ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।


ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !


ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ ।


କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;


ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ ।


ପ୍ରତିମା ସହିତ ଈଶ୍ୱରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଈଶ୍ୱରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ ।


କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ୱରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ ।


ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ ।


ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।


ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ ।


ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ । ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ ।


ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା ।


ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ ।


କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ ।


କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ ।


ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,


Swiv nou:

Piblisite


Piblisite