Biblia Todo Logo
Bib sou entènèt

- Piblisite -




ରୋମୀୟ 9:4 - ଓଡିଆ ବାଇବେଲ

4 ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ଵ, ଗୌରବ, ନିୟମସମୂହ, ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞା-ସମୂହ ସେମାନଙ୍କର;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଈଶ୍ୱର ସେମାନଙ୍କୁ ନିଜର ସନ୍ତାନ ରୂପେ ଗ୍ରହଣ କରି ସେମାନଙ୍କ ନିକଟରେ ନିଜର ମହିମା ପ୍ରକାଶ କରିଥିଲେ; ସେମାନଙ୍କ ସହିତ ଚୁକ୍ତିବଦ୍ଧ ହୋଇ ସେମାନଙ୍କୁ ବ୍ୟବସ୍ଥା ପ୍ରଦାନ କରିଥିଲେ, ସେମାନେ ପ୍ରକୃତ ଉପାସନା କରନ୍ତି; ସେମାନେ ଈଶ୍ୱରଙ୍କଠାରୁ ପ୍ରତିଶ୍ରୁତିମାନ ପାଇଛନ୍ତି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ କରାଯାଇଅଛି, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;

Gade chapit la Kopi

ପବିତ୍ର ବାଇବଲ

4 ସେମାନେ ଇସ୍ରାଏଲୀୟ ଲୋକ। ସେମାନେ ପରମେଶ୍ୱରଙ୍କର ବଛାଯାଇଥିବା ସନ୍ତାନ। ସେମାନଙ୍କ ପାଖରେ ପରମେଶ୍ୱରଙ୍କ ମହିମା ଅଛି ଓ ସେମାନେ ପରମେଶ୍ୱର ଲୋକମାନଙ୍କ ସହିତ କରିଥୀବା ଚୁକ୍ତିର ସହଭାଗୀ। ପରମେଶ୍ୱର ସେମାନଙ୍କୁ ମୋଶାଙ୍କ ବ୍ୟବସ୍ଥା ଓ ଉପାସନାର ସଠିକ ପଦ୍ଧତି ଦେଇଛନ୍ତି। ପରମେଶ୍ୱର ସେମାନଙ୍କୁ ତାହାଙ୍କର ପ୍ରତିଶ୍ରୁତିମାନ ଦେଇଛନ୍ତି।

Gade chapit la Kopi




ରୋମୀୟ 9:4
61 Referans Kwoze  

ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର ।


ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି।


କିନ୍ତୁ ଈଶ୍ୱରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ । କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,


ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।”


କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ ।


କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।


ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;


ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ବନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା ।


“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।


ତହିଁରେ ସେହି ମେଘ ସକାଶୁ ଯାଜକମାନେ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେଲା।


କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ ।


କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା ।


ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।


ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।


ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର ।


ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି;


ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ ।


ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ ।


ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।


ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର ? ସେ କି ଆନନ୍ଦଦାୟୀ ବାଳକ ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା,” ଏହା ସଦାପ୍ରଭୁ କହନ୍ତି।


ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।”


ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତ କାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବସ୍ୱରୂପ ହେବେ।


ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;


ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;


ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।


ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।


ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ।


ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ।


ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।


ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।


ହେ ମୋହର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”


ଆଉ ମୁଁ ଏହି ନିୟମ ଓ ଶପଥ କେବଳ ତୁମ୍ଭମାନଙ୍କ ସହିତ କରୁ ନାହିଁ;


ସଦାପ୍ରଭୁ ହୋରେବରେ ଇସ୍ରାଏଲ ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।


ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।


ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।


ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।”


ଆଉ ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ; ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ସେଠାରେ ପ୍ରବେଶ କଲେ, ଏହି ସେବା ସାଧନ କରିବ।


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ।


ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,


ସର୍ବପ୍ରଥମେ, ଈଶ୍ୱରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା ।


ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ।


ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।


ସେମାନେ କି ଏବ୍ରୀୟ ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ ? ମୁଁ ମଧ୍ୟ ଇସ୍ରାଏଲୀୟ । ସେମାନେ କି ଅବ୍ରହାମଙ୍କ ସନ୍ତାନ ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ ।


ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ ।


ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ୱରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହି ସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ ।


ଏହି ସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି,


Swiv nou:

Piblisite


Piblisite