Biblia Todo Logo
Bib sou entènèt

- Piblisite -




ରୋମୀୟ 9:7 - ଓଡିଆ ବାଇବେଲ

7 କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ "ଇସ୍‍ହାକଠାରେ ତୁମ୍ଭର ବଂଶ ଖ୍ୟାତ ହେବ" ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍‍ହାକଠାରେ ତୁମ୍ଭର ବଂଶ ଖ୍ୟାତ ହେବ”।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 କିଅବା ଅବ୍ରାହାମଙ୍କ ବଂଶଧରମାନେ ସମସ୍ତେ ଈଶ୍ୱରଙ୍କ ସନ୍ତାନ ନୁହନ୍ତି। ଈଶ୍ୱର ଅବ୍ରାହାମଙ୍କୁ କହିଥିଲେ: “ତୁମର ଯେଉଁ ବଂଶଧରମାନଙ୍କ ବିଷୟରେ ଆମ୍ଭେ ପ୍ରତିଜ୍ଞା କରିଥିଲୁ, ସେମାନେ ଯିସାହାକଙ୍କଠାରୁ ଜାତ ହେବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍‌ହାକଙ୍କଠାରେ ତୁମ୍ଭର ବଂଶ ଖ୍ୟାତ ହେବ।”

Gade chapit la Kopi

ପବିତ୍ର ବାଇବଲ

7 ଅବ୍ରାହମଙ୍କ କେବଳ ଅଳ୍ପ କିଛି ସନ୍ତାନ ହିଁ ପ୍ରକୃତରେ ପରମେଶ୍ୱରଙ୍କର ସନ୍ତାନ। ଅବ୍ରାହମଙ୍କୁ ପରମେଶ୍ୱର କହିଥିଲେ: “ଇସ୍‌‌ହାକ ଦ୍ୱାରା ତୁମ୍ଭର ବିଧି ସଙ୍ଗତ ବଂଶବୃଦ୍ଧି ହେବ।”

Gade chapit la Kopi




ରୋମୀୟ 9:7
11 Referans Kwoze  

ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।


ଇସ୍‍ହାକଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ,


ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା ।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ୱରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ ।


ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।


ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ ?


ସେଥିରେ ସେ କହିଲେ, ହେ ପିତା ଅବ୍ରାହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ ।


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।


ହେ ଭାଇମାନେ, ତୁମ୍ଭେମାନେ ଇସ୍‍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ ।


Swiv nou:

Piblisite


Piblisite