Biblia Todo Logo
Bib sou entènèt

- Piblisite -




ରୋମୀୟ 9:8 - ଓଡିଆ ବାଇବେଲ

8 ଏଥିର ଅର୍ଥ ଏହି, ଶାରୀରିକ ଭାବେ ଯେଉଁମାନେ ସନ୍ତାନ, ସେମାନେ ଯେ ଈଶ୍ୱରଙ୍କ ସନ୍ତାନ, ତାହା ନୁହେଁ, କିନ୍ତୁ ପ୍ରତିଜ୍ଞାର ସନ୍ତାନ ବଂଶ ରୂପେ ଗଣିତ ହୁଅନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଥିର ଅର୍ଥ ଏହି, ଶାରୀରିକଭାବେ ଯେଉଁମାନେ ସନ୍ତାନ, ସେମାନେ ଯେ ଈଶ୍ଵରଙ୍କ ସନ୍ତାନ, ତାହା ନୁହେଁ, କିନ୍ତୁ ପ୍ରତିଜ୍ଞାର ସନ୍ତାନ ବଂଶ ରୂପେ ଗଣିତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଏହାର ଅର୍ଥ ହେଉଛି, ମନୁଷ୍ୟ ସନ୍ତାନ ମାତ୍ରକେ ଈଶ୍ୱରଙ୍କ ସନ୍ତାନ ହୋଇ ପାରିବେ ନାହିଁ। ଈଶ୍ୱରଙ୍କ ପ୍ରତିଜ୍ଞା ଅନୁସାରେ ଜନ୍ମଲାଭ କରିଥିବା ସନ୍ତାନମାନେ ଈଶ୍ୱରଙ୍କ ଦୃଷ୍ଟିରେ ପ୍ରକୃତ ସନ୍ତାନ ରୂପେ ପରିଗଣିତ ହୁଅନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହାର ଅର୍ଥ ଯେ, ଯେଉଁମାନେ ଶାରୀରିକ ଭାବେ ସନ୍ତାନ, ସେମାନେ ଯେ ଈଶ୍ବରଙ୍କ ସନ୍ତାନ, ତାହା ନୁହେଁ, କିନ୍ତୁ ପ୍ରତିଜ୍ଞାର ସନ୍ତାନ ବଂଶ ରୂପେ ଗଣିତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ଏହାର ଅର୍ଥ ଯେ ଅବ୍ରାହମଙ୍କ ବଂଶର ସମସ୍ତେ ପରମେଶ୍ୱରଙ୍କର ପ୍ରକୃତ ସନ୍ତାନ ନୁହନ୍ତି। କେବଳ ଯେଉଁମାନେ ପରମେଶ୍ୱରଙ୍କ ପ୍ରତିଜ୍ଞା ଦ୍ୱାରା ପରମେଶ୍ୱରଙ୍କ ସନ୍ତାନ ହୋଇଥିଲେ ସେହିମାନେ ଅବ୍ରାହମଙ୍କ ପ୍ରକୃତ ସନ୍ତାନ ହେଲେ।

Gade chapit la Kopi




ରୋମୀୟ 9:8
14 Referans Kwoze  

ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ ।


ଯେଣୁ ଯେତେ ଲୋକ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ୱରଙ୍କ ସନ୍ତାନ ।


ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ।” [ସେଲା]


ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ।


ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି।


ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।


ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ବୋଲି ସେହି ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,


ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ୱରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି ।


ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;


Swiv nou:

Piblisite


Piblisite