Biblia Todo Logo
Bib sou entènèt

- Piblisite -




ରତର ବିବରଣ 1:15 - ଓଡିଆ ବାଇବେଲ

15 ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରି ଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରି ଯାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେ ତାକୁ କହିଲା, ଦେଖ, ତୁମ୍ଭର ଜାଆ ଆପଣା ଲୋକମାନଙ୍କ ଓ ଆପଣା ଦେବତା ନିକଟକୁ ଫେରି ଗଲା, ତୁମ୍ଭେ ହିଁ ଆପଣା ଜାଆ ପଛେ ଫେରି ଯାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରିଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରିଯାଅ।”

Gade chapit la Kopi

ପବିତ୍ର ବାଇବଲ

15 ନୟମୀ କହିଲା, “ଦେଖ, ତୁମ୍ଭର ଯାଆ ତା'ର ନିଜର ଲୋକମାନଙ୍କ ନିକଟକୁ ପୁଣି ଆପଣା ଦେବତାମାନଙ୍କ ନିକଟକୁ ଫେରିଗଲେ। ତୁମ୍ଭେ ମଧ୍ୟ ସେହିପରି କରିବା ଉଚିତ୍।”

Gade chapit la Kopi




ରତର ବିବରଣ 1:15
16 Referans Kwoze  

ତୁମ୍ଭର କମୋଶ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।


ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।


ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍‍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍‍କୁ ଗଲେ।


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।


ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥି ନିମନ୍ତେ ସେମାନେ ବାହାରିଗଲେ ।


ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ ।


ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ ।


ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।


ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।


ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ-ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।


ଏଥିରେ ସେମାନେ ପୁନର୍ବାର ଉଚ୍ଚୈଃସ୍ୱରରେ ରୋଦନ କଲେ, ପୁଣି ଅର୍ପା ନିଜ ଶାଶୁକୁ ଚୁମ୍ବନ କଲା, ମାତ୍ର ରୂତ ତାକୁ ଧରି ରହିଲା।


ରୂତ କହିଲା, “ତୁମ୍ଭକୁ ତ୍ୟାଗ କରି ତୁମ୍ଭର ପଶ୍ଚାଦ୍‍ଗମନ କରି ଫେରି ଯିବାକୁ ମୋତେ ବିନୟ ନ କର, ଯେହେତୁ ତୁମ୍ଭେ ଯେଉଁଠାକୁ ଯିବ, ମୁଁ ମଧ୍ୟ ସେହିଠାକୁ ଯିବି; ତୁମ୍ଭେ ଯେଉଁଠାରେ ରହିବ, ମୁଁ ମଧ୍ୟ ସେହିଠାରେ ରହିବି; ତୁମ୍ଭର ଲୋକ ହିଁ ମୋହର ଲୋକ ଓ ତୁମ୍ଭର ପରମେଶ୍ୱର ହିଁ ମୋହର ପରମେଶ୍ୱର ହେବେ।


ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”


Swiv nou:

Piblisite


Piblisite