Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:14 - ଓଡିଆ ବାଇବେଲ

14 ଭୋଜନ ସମୟରେ ବୋୟଜ ତାହାକୁ କହିଲା, “ତୁମ୍ଭେ ଏଠାକୁ ଆସି ରୁଟି ଭୋଜନ କର ଓ ନିଜ ରୁଟିଖଣ୍ଡ ଅମ୍ଳରସରେ ବୁଡ଼ାଅ,” ତହିଁରେ ସେ ଶସ୍ୟକଟାଳିମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ବଳକା ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଭୋଜନ ସମୟରେ ବୋୟଜ ତାହାକୁ କହିଲା, ତୁମ୍ଭେ ଏଠାକୁ ଆସି ରୋଟୀ ଭୋଜନ କର ଓ ଆପଣା ରୋଟୀଖଣ୍ତ ଅମ୍ଳରସରେ ବୁଡ଼ାଅ; ତହିଁରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ଅବଶିଷ୍ଟ ରଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଭୋଜନ ସମୟରେ ବୋୟଜ ତାହାକୁ କହିଲା, “ତୁମ୍ଭେ ଏଠାକୁ ଆସି ରୁଟି ଭୋଜନ କର ଓ ନିଜ ରୁଟିଖଣ୍ଡ ଅମ୍ଳରସରେ ବୁଡ଼ାଅ,” ତହିଁରେ ସେ ଶସ୍ୟକଟାଳିମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ବଳକା ରଖିଲା।

Gade chapit la Kopi

ପବିତ୍ର ବାଇବଲ

14 ମଧ୍ୟାହ୍ନ ଭୋଜନ ସମୟରେ, ବୋୟାଜ ଋତଙ୍କୁ କହିଲେ, “ଏଠାକୁ ଆସ! ଆମ୍ଭର ରୋଟୀରୁ କିଛି ଖାଅ। ଆଉ ତୁମ୍ଭେ ରୋଟୀରୁ କିଛି ଖଣ୍ତ ନେଇ ତାହାକୁ ଅମ୍ଳରସରେ ବୁଡ଼ାଅ।” ତେଣୁ ଋତ ବୋୟାଜଙ୍କର ଶ୍ରମିକମାନଙ୍କ ସହିତ ବସିଲେ। ବୋୟାଜ ତାଙ୍କୁ କିଛି ଭଜା ଶସ୍ୟ ଆଣି ଖାଇବାକୁ ଦେଲେ। ତହିଁରେ ସେ ତୃପ୍ତ ହେବା ପର୍ଯ୍ୟନ୍ତ ଭୋଜନ କଲା ଓ କିଛି ବଳକା ରଖିଲା।

Gade chapit la Kopi




ରତର ବିବରଣ 2:14
17 Referans Kwoze  

ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ବଳକା ରଖିଥିଲା ତାହା ମଧ୍ୟ ବାହାର କରି ତାହାକୁ ଦେଲା।


ପୁଣି, ସେମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ ।


ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।


କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ?


ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।


ତୁମ୍ଭେ ମୋ’ ଶତ୍ରୁଗଣଙ୍କ ସାକ୍ଷାତରେ ମୋ’ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋ’ ମସ୍ତକ ସିକ୍ତ କରିଅଛ; ମୋ’ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।


ଶଯ୍ୟା, ପାନପାତ୍ର, ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ, ଯବ, ମଇଦା, ଭଜାଶସ୍ୟ, ଶିମ, ମସୁର ଓ ଭଜା ବିରି


ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରିଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।


ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନି ଯାଅ।


ପୁଣି ଆମ୍ଭେ ତୁମ୍ଭ ପଶୁଗଣ ନିମନ୍ତେ ତୁମ୍ଭ କ୍ଷେତ୍ରରେ ତୃଣ ଦେବା, ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ।


ଏଥିରେ ସେ କହିଲା, “ହେ ମୋହର ପ୍ରଭୁ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ୱନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି କରୁଣାର କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।”


ତହୁଁ ସେ ବଳକା ଶସ୍ୟ ସଂଗ୍ରହ କରିବାକୁ ଉଠନ୍ତେ, ବୋୟଜ ତାହାର ଯୁବାଗଣକୁ ଆଜ୍ଞା ଦେଇ କହିଲା, “ଏହାକୁ ବିଡ଼ା ମଧ୍ୟରେ ସୁଦ୍ଧା ସାଉଣ୍ଟିବାକୁ ଦିଅ, ପୁଣି ତାହାକୁ ଲଜ୍ଜା ଦିଅ ନାହିଁ।


Swiv nou:

Piblisite


Piblisite