Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:4 - ଓଡିଆ ବାଇବେଲ

4 ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ଦେଖ, ବୋୟଜ ବେଥ୍ଲିହିମଠାରୁ ଆସି ଶସ୍ୟଚ୍ଛେଦକମାନଙ୍କୁ କହିଲା, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ; ସେମାନେ ଉତ୍ତର କଲେ,ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

4 ଏହା ପରେ ବୋୟାଜ ବୈ‌ଥ୍‌ଲେହମରୁ ନିଜର କ୍ଷେତକୁ ଆସିଲା। ଏବଂ ଶ୍ରମିକମାନଙ୍କୁ ଅଭ୍ୟର୍ଥନା କଲା, “ସଦାପ୍ରଭୁ ତୁମ୍ଭମାନଙ୍କର ସହିତ ଥାଆନ୍ତୁ।” ସେମାନେ ଉତ୍ତର ଦେଲେ, “ସଦାପ୍ରଭୁ ଆପଣଙ୍କୁ ମଧ୍ୟ ଆଶୀର୍ବାଦ କରନ୍ତୁ।”

Gade chapit la Kopi




ରତର ବିବରଣ 2:4
21 Referans Kwoze  

ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ । ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ ।


ସେ ଗୃହରେ ପ୍ରବେଶ କରି ତାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ ।


ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।


ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ । ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।


ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।


ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।”


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।


ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”


ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର । ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ ।


ଏଥିରେ ସେ ଯାଇ କ୍ଷେତ୍ରରେ ଉପସ୍ଥିତ ହୋଇ ଶସ୍ୟକଟାଳିମାନଙ୍କର ପଛେ ପଛେ ବଳକା ଶସ୍ୟ ସଂଗ୍ରହ କରିବାକୁ ଲାଗିଲା; ଆଉ ଘଟଣାକ୍ରମେ ସେ ଏଲିମେଲକ ବଂଶୀୟ ବୋୟଜର କ୍ଷେତ୍ରଖଣ୍ଡରେ ପହଁଞ୍ଚିଲା।


ତେବେ ବୋୟଜ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ନିଜ ଯୁବାକୁ ପଚାରିଲା, “ଏହି ଯୁବତୀଟି କାହାର ?”


ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।


“ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;


ତେବେ ସଦାପ୍ରଭୁ ତାହାକୁ କହିଲେ, ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକଜଣକୁ ସଂହାର କରୁଅଛ।


ଆହୁରି ଦାଉଦ କହିଲେ, ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ। ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।


ସଲ୍‍ମା ବେଥଲିହିମର ପିତା, ହାରେଫ୍‍ ବେଥ୍-ଗାଦରର ପିତା;


ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’


Swiv nou:

Piblisite


Piblisite