Biblia Todo Logo
Bib sou entènèt

- Piblisite -




ରତର ବିବରଣ 4:10 - ଓଡିଆ ବାଇବେଲ

10 ଆହୁରି ନିଜ ଭ୍ରାତୃଗଣ ମଧ୍ୟରୁ ଓ ନିଜ ବସତିସ୍ଥାନର ଦ୍ୱାରରୁ ସେହି ମୃତ ବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ସ୍ତ୍ରୀ ମୋୟାବ ଦେଶୀୟା ରୂତକୁ ନିଜ ସ୍ତ୍ରୀ ରୂପେ ଲାଭ କଲି ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆହୁରି ଆପଣା ଭ୍ରାତୃଗଣ ମଧ୍ୟରୁ ଓ ଆପଣା ବସତି-ସ୍ଥାନର ଦ୍ଵାରରୁ ସେହି ମୃତବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ଭାର୍ଯ୍ୟା ମୋୟାବ ଦେଶୀୟା ରୂତକୁ ଆପଣା ଭାର୍ଯ୍ୟା ରୂପେ ଲାଭ କଲି; ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆହୁରି ନିଜ ଭ୍ରାତୃଗଣ ମଧ୍ୟରୁ ଓ ନିଜ ବସତି ସ୍ଥାନର ଦ୍ୱାରରୁ ସେହି ମୃତ ବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ସ୍ତ୍ରୀ ମୋୟାବ ଦେଶୀୟା ରୂତକୁ ନିଜ ସ୍ତ୍ରୀ ରୂପେ ଲାଭ କଲି ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।”

Gade chapit la Kopi

ପବିତ୍ର ବାଇବଲ

10 ମୁଁ ମଧ୍ୟ ମୋୟାବ ଦେଶୀୟ ମୃତ ମହଲୋନର ବିଧବା ସ୍ତ୍ରୀ ଋତକୁ ମୋର ସ୍ତ୍ରୀ ରୂପେ ଗ୍ରହଣ କଲି। ଯାହାଫଳରେ ମୃତ ବ୍ୟକ୍ତିର ଜମିଜମା ସବୁ ତା'ର ପରିବାରରେ ରହିବ। ଏହି ପ୍ରକାରରେ ମୃତ ଲୋକର ନାମ ପୁରାପୁରି ଭୂଲି ହେବ ନାହିଁ। ଆପଣମାନେ ସମସ୍ତେ ଆଜି ଏହାର ସାକ୍ଷୀ।”

Gade chapit la Kopi




ରତର ବିବରଣ 4:10
19 Referans Kwoze  

ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତାହାର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ; ତହିଁରେ ତାହାର ନାମ ଇସ୍ରାଏଲ ମଧ୍ୟରୁ ଲୁପ୍ତ ହେବ ନାହିଁ।


ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,


ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ ।


ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।


ପୁଣି, ଯାକୁବ ଅରାମ ଦେଶକୁ ପଳାଇ ଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।


ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;


ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥା’ନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥା’ନ୍ତା।


ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।


ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।


ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ।


ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।


କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କ’ଣ କରିବ?


ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।”


ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।


ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍‍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।


Swiv nou:

Piblisite


Piblisite