Biblia Todo Logo
Bib sou entènèt

- Piblisite -




ପରମ ଗୀତ 1:10 - ଓଡିଆ ବାଇବେଲ

10 ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭର ଗଣ୍ତଯୁଗଳ ବେଣୀରେ, ତୁମ୍ଭ ଗଳଦେଶ ରନିହାରରେ ସୁଶୋଭିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭର ଗାଲରେ ଗଣ୍ଡ ଯୁଗଳ, ତୁମ୍ଭ ଗଳା ଦେଶରେ ରତ୍ନହାରରେ ସୁଶୋଭିତ।

Gade chapit la Kopi




ପରମ ଗୀତ 1:10
14 Referans Kwoze  

ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ୱରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ ।


ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ।


ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, “ତୁମ୍ଭେ କାହାର କନ୍ୟା ?” ତହିଁରେ ସେ କହିଲା, “ନାହୋରର ଔରସରେ ମିଲ୍‍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।” ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି।


ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।


ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।


ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।”


ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।


ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ’ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।


ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।


ଆମ୍ଭେ ତୁମ୍ଭ ପାଇଁ ରୂପା ଭୁଣ୍ଡିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା।


Swiv nou:

Piblisite


Piblisite