Biblia Todo Logo
Bib sou entènèt

- Piblisite -




ପରମ ଗୀତ 1:2 - ଓଡିଆ ବାଇବେଲ

2 ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ଆପଣା ମୁଖ-ଚୁମ୍ଵନରେ ମୋତେ ଚୁମ୍ଵନ କରନ୍ତୁ; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।

Gade chapit la Kopi

ପବିତ୍ର ବାଇବଲ

2 ମୋତେ ଚୁମ୍ବନ ଦିଅ। ତୁମ୍ଭ ପାଟିରେ ମୋତେ ଚୁମ୍ବନ ଦିଅ। ତୁମ୍ଭର ପ୍ରେମ ଦ୍ରାକ୍ଷାରସଠାରୁ ଉତ୍ତମ।

Gade chapit la Kopi




ପରମ ଗୀତ 1:2
20 Referans Kwoze  

ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ !


ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।


ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।


ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା । କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ ।


ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, ନିଅ, ଭୋଜନ କର, ଏହା ମୋହର ଶରୀର ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।


ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।


ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋ’ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।


ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋ’ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।


ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।


ସୋରରୁ ଆମ୍ଭେମାନେ ଜଳଯାତ୍ରା ଶେଷ କରି ପତଲମାଇରେ ପହଞ୍ଚିଥିଲୁ ଓ ଭାଇମାନଙ୍କୁ ନମସ୍କାର କରି, ଗୋଟିଏ ଦିନ ସେମାନଙ୍କ ସହିତ ରହିଲୁ ।


ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ !


ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।


ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ ।


ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।


ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚ ସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।


Swiv nou:

Piblisite


Piblisite