Biblia Todo Logo
Bib sou entènèt

- Piblisite -




ପରମ ଗୀତ 1:4 - ଓଡିଆ ବାଇବେଲ

4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୋତେ ଆକର୍ଷଣ କର; ଆମ୍ଭେମାନେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ମୋତେ ଏକା ତୁମ୍ଭ ପାଖକୁ ଟାଣିନିଅ। ଆସ ଆମ୍ଭେ ଏକତ୍ରିତ ହୋଇ ଦୌଡ଼ିବା। ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି। ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭର ପ୍ରେମର ବିଷୟ ଅଧିକ କହିବୁ। ଏହା ଯଥାର୍ଥ ଯେ, ଲୋକେ ତୁମ୍ଭକୁ ପ୍ରେମ କରନ୍ତି।

Gade chapit la Kopi




ପରମ ଗୀତ 1:4
37 Referans Kwoze  

ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋ' ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।


ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।


ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି ।


ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ ।


ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।


ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,


କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ 'ବର' ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା ।


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁ ସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।


ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।


ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋ’ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।


ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।


ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,


ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।


ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।


ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି। ହେ।


ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।


ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।


ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।


ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର ।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ୱରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ ।


ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ ।


ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ !


Swiv nou:

Piblisite


Piblisite