Biblia Todo Logo
Bib sou entènèt

- Piblisite -




ପରମ ଗୀତ 1:8 - ଓଡିଆ ବାଇବେଲ

8 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଗୋ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯେବେ ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ପ.ଗୀ.୫:୯ ଓ ମେଷପାଳମାନଙ୍କ ତମ୍ଵୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।

Gade chapit la Kopi

ପବିତ୍ର ବାଇବଲ

8 ହେ ନାରୀ, ତୁମ୍ଭେ କେତେ ସୁନ୍ଦରୀ! ନିଶ୍ଚୟ ତୁମ୍ଭେ ଜାଣ କ’ଣ କରିବାକୁ ହେବ। ମେଷମାନଙ୍କୁ ଅନୁସରଣ କର ଏବଂ ତୁମ ମେଷଗଣଙ୍କୁ ମେଷପାଳକ ତମ୍ବୁ ନିକଟରେ ଚରାଅ।

Gade chapit la Kopi




ପରମ ଗୀତ 1:8
25 Referans Kwoze  

ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି ? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡେ ଯାଇଛନ୍ତି କୁହ ?


ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ?


ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ ।


ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର ।


ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍‍ହାକଙ୍କୁ ଉତ୍ସର୍ଗ କରିବା ବେଳେ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ ?


ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ ।


ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ ।


ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ , ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି ।


ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।


ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ ।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”


ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ !


ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।


ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ ତୁମ୍ଭେ ସୁନ୍ଦରୀ; ଓଢ଼ଣା ତଳେ ତୁମ୍ଭ ଚକ୍ଷୁ କପୋତ ତୁଲ୍ୟ; ତୁମ୍ଭର କେଶ ଗିଲୀୟଦ ପର୍ବତ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।


ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।


ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।


ଯେ ମୋ’ କଥା ଶୁଣେ ଓ ମୋ’ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋ’ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।


ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।


ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।


ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।


ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ ?


Swiv nou:

Piblisite


Piblisite