Biblia Todo Logo
Bib sou entènèt

- Piblisite -




ପରମ ଗୀତ 4:10 - ଓଡିଆ ବାଇବେଲ

10 ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ !

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଗୋ ମୋହର ଭଗିନୀ, ମୋହର କନ୍ୟେ, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!

Gade chapit la Kopi

ପବିତ୍ର ବାଇବଲ

10 ଆଗୋ ମୋର ଭଗିନୀ, ହେ ମୋର ପ୍ରିୟେ, ତୁମ୍ଭର ପ୍ରେମ କେମନ୍ତ ମନୋରମ। ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ। ପୁଣି ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା ଉତ୍ତମ।

Gade chapit la Kopi




ପରମ ଗୀତ 4:10
10 Referans Kwoze  

କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,


ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ !


ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହି ସବୁ ମୋ' ପାଇଁ ଯଥେଷ୍ଟ; ସେହି ସବୁ ଈଶ୍ୱରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ ।


ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋ’ ହସ୍ତରୁ ଗନ୍ଧରସ, ମୋ’ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।


ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ ?


ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋ’ ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା।


ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା ।


ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।


Swiv nou:

Piblisite


Piblisite