Biblia Todo Logo
Bib sou entènèt

- Piblisite -




ପରମ ଗୀତ 4:16 - ଓଡିଆ ବାଇବେଲ

16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋ’ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

16 ହେ ଉତ୍ତରୀୟ ବାୟୁ, ଜାଗ। ଦକ୍ଷିଣ ବାୟୁ, ଆସ। ମୋ’ ଉଦ୍ୟାନର ସୁଗନ୍ଧି ଯେପରି ଗ୍ଭରିଆଡ଼େ ବିଚ୍ଛୁରିତ ହେବ ଏବଂ ବାହାରକୁ ଆସିବ, ଏଥିପାଇଁ ତହିଁ ଉପରେ ପ୍ରବାହିତ ହୁଅ। ମୋହର ପ୍ରିୟତମ, ଆପଣା ଉଦ୍ୟାନକୁ ଆସନ୍ତୁ ଓ ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।

Gade chapit la Kopi




ପରମ ଗୀତ 4:16
30 Referans Kwoze  

ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।


ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ ।


ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବାୟୁ ଉଦ୍ଦେଶ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ବାୟୁକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ପ୍ରାଣବାୟୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ହତ ଲୋକମାନେ ଯେପରି ଜୀବିତ ହେବେ, ଏଥିପାଇଁ ସେମାନଙ୍କ ଉପରେ ବହ।”


ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି ।


କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ୱରଙ୍କ ସୁସମାଚାରର ଯାଜକତ୍ତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି ।


ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ୱରଙ୍କ ବାକ୍ୟ କହିବାକୁ ଲାଗିଲେ ।


ଯୀଶୁ ତାକୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ ।


ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର ।


ଆଉ, ସେ ମୋର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି ।


ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ ? ସେ ତ ମୋ ପ୍ରତି ଉତ୍ତମ କର୍ମ କରିଅଛି ।


ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,


ମୋହର ଦ୍ରାକ୍ଷାକ୍ଷେତ୍ର ମୋ’ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ।


ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ’ ତୁଣ୍ଡକୁ ସ୍ୱାଦ ଲାଗିଲା।


ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।


ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।


ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ । ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର ।


ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି, ତହିଁ ମଧ୍ୟରେ ସର୍ବପ୍ରକାର ଫଳବୃକ୍ଷ ରୋପଣ କଲି;


ମୋହର ପ୍ରିୟତମ ମୋ’ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋ’ ପ୍ରତି ଅଟନ୍ତି।


ଏହି ତ ମୋ’ ପ୍ରିୟତମଙ୍କ ରବ ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି।


Swiv nou:

Piblisite


Piblisite