Biblia Todo Logo
Bib sou entènèt

- Piblisite -




ପରମ ଗୀତ 7:9 - ଓଡିଆ ବାଇବେଲ

9 ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋ’ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ ଧୀରେ ଧୀରେ ଚାଲିଯାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭର ଚୁମ୍ବନ ସର୍ବୋତ୍ତମ, ଦ୍ରାକ୍ଷାରସ ତୁଲ୍ୟ, ସେହି ଦ୍ରାକ୍ଷାରସ ମୋ’ ପ୍ରିୟତମାଙ୍କ ଗଳ ଦେଶରେ ଧୀର ଭାବରେ ଗଳିଯାଏ ଏବଂ ମୋର ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ବହିଯାଏ।

Gade chapit la Kopi




ପରମ ଗୀତ 7:9
18 Referans Kwoze  

ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।


ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ ।


ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ ।


ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର ।


ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ ।


ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହି ସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ ।


ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋ’ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋ’ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”


ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର।


ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।


ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ।


Swiv nou:

Piblisite


Piblisite