Biblia Todo Logo
Bib sou entènèt

- Piblisite -




ପରମ ଗୀତ 8:1 - ଓଡିଆ ବାଇବେଲ

1 ଆହା, ଯେ ମୋ’ ମାତାଙ୍କର ସ୍ତନ୍ୟ ପାନ କରିଅଛି, ଏପରି ମୋ’ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତ ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ବନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି। ଆହା, ଯେ ମୋʼ ମାତାଙ୍କର ସ୍ତନ୍ୟ ପାନ କରିଅଛି, ଏପରି ମୋʼ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତଣ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ଵନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହା, ଯେ ମୋʼ ମାତାଙ୍କର ସ୍ତନ୍ୟପାନ କରିଅଛି, ଏପରି ମୋʼ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ବନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ।

Gade chapit la Kopi

ପବିତ୍ର ବାଇବଲ

1 ଯଦି ତୁମ୍ଭେ ଏକ ପିଲା ହୋଇଥା’ନ୍ତ, ମୋର ଛୋଟ ଭାଇପରି ଯେ କି ମୋ’ ମା’ର କ୍ଷୀର ଖାଉଛି ଏବଂ ଯଦି ମୁଁ ତୁମ୍ଭକୁ ବାହାରେ ଦେଖେ ଏବଂ ମୁଁ ତୁମ୍ଭକୁ ଚୁମ୍ବନ ଦିଏ କେହି ମୋତେ ଖରାପ ଭାବିବେ ନାହିଁ।

Gade chapit la Kopi




ପରମ ଗୀତ 8:1
40 Referans Kwoze  

କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ;


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ ।


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ ।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ୱରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ ।


କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି ।


ଏଥିପାଇଁ ଈଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟସବୁ ମନୋନୀତ କଲେ, ପୁଣି, ବଳବାନ ବିଷୟସବୁକୁ ଲଜ୍ଜା ଦେବା ନିମନ୍ତେ ଈଶ୍ୱର ଜଗତର ଦୁର୍ବଳ ବିଷୟସବୁ ମନୋନୀତ କଲେ,


ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି ।


ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ୱରଙ୍କ ନିକଟକୁ ଯାଉଅଛନ୍ତି,


ଯୀଶୁ ସେମାନଙ୍କୁ କହିଲେ, ଈଶ୍ୱର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ୱରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ ।


ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।


ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,


ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;


ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ ।


ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ ।


ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।


ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।


ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।


ଦୂଦାଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି।


ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।


Swiv nou:

Piblisite


Piblisite