Biblia Todo Logo
Bib sou entènèt

- Piblisite -




ପରମ ଗୀତ 8:5 - ଓଡିଆ ବାଇବେଲ

5 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ?ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆପଣା ପ୍ରିୟତମଙ୍କ ଉପରେ ଆଉଜିପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।

Gade chapit la Kopi

ପବିତ୍ର ବାଇବଲ

5 ଆପଣାର ପ୍ରେମିକର ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଯିଏ ଆସୁଅଛି ସେ କିଏ? ନାରଙ୍ଗ ବୃକ୍ଷତଳେ ମୁଁ ତୁମ୍ଭକୁ ଜଗାଇଲି। ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ। ସେଠାରେ ସେ ପ୍ରସବ ବେଦନା ଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।

Gade chapit la Kopi




ପରମ ଗୀତ 8:5
29 Referans Kwoze  

ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ ?


ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।


ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ’ ତୁଣ୍ଡକୁ ସ୍ୱାଦ ଲାଗିଲା।


ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।


ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ ?


ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋ’ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।


ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି ।


ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ ।


ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।


“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।


ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।


ଆହା, ଯେ ମୋ’ ମାତାଙ୍କର ସ୍ତନ୍ୟ ପାନ କରିଅଛି, ଏପରି ମୋ’ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତ ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ବନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ।


ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି।


ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି। ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ।


ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ୱରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା ।


ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି ।


ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ୱରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ ।


ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।


ହେ ମୋହର କନ୍ୟେ, ମୋ’ ସଙ୍ଗେ ଲିବାନୋନରୁ, ମୋ’ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।


ମାତ୍ର ଯେଉଁମାନେ ମୋ’ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ।


Swiv nou:

Piblisite


Piblisite