Biblia Todo Logo
Bib sou entènèt

- Piblisite -




ତୀତସ 2:13 - ଓଡିଆ ବାଇବେଲ

13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି ଆମ୍ଭମାନଙ୍କ ମହାନ ଈଶ୍ଵର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଅକପଟ ଓ ଧାର୍ମିକ ଜୀବନ ଯାପନ କରିବାକୁ ଆମେ ପ୍ରେରଣା ପାଇଛୁ। ମହାନ୍ ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଗୌରବ ପ୍ରକାଶ ପାଇବାକୁ ଯାଉଛି ସେହି ଦିନର ଅପେକ୍ଷାରେ ଆମ୍ଭେମାନେ ରହିଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି।

Gade chapit la Kopi

ପବିତ୍ର ବାଇବଲ

13 ଆମ୍ଭର ମହାନ୍ ପରମେଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆସିବା ବାଟକୁ ଗ୍ଭହିଁ ରହିଥିଲାବେଳେ ଆମ୍ଭେ ଏହିଭଳି ରହିବା ଦରକାର। ସେ ଆମ୍ଭମାନଙ୍କର ମହାନ୍ ଭରସା ଓ ସେ ଗୌରବରେ ଆସିବେ।

Gade chapit la Kopi




ତୀତସ 2:13
42 Referans Kwoze  

ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ ।


ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।


ଈଶ୍ୱରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥି ନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ ।


ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ । ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର ।


ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି ।


ସେହି ଭରସାର ଈଶ୍ୱର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର ।


ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ପ୍ରେମ ପ୍ରବାହିତ ହୋଇଅଛି ।


ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ମୁଁ ଈଶ୍ୱରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ୱରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି ।


ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି ।


ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ ।


ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ । ହଁ ଆମେନ୍ ।


କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,


ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ ।


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି ।


ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”


ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ ।


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ ।


ଯୀଶୁ ତାହାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।


ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ ।


ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


କାରଣ ମୋ' ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ ।


ପାଉଲ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱର ଓ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁସାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,


ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ; ପିତା ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।


ପିତା ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ ।


ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ୱରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ ।


Swiv nou:

Piblisite


Piblisite